ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି ବୋଲି ସୋମବାର ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦେଇ ସେ କହିଛନ୍ତି ଯେ, ସରକାରଙ୍କ ପକ୍ଷରୁ ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ସହ ଦକ୍ଷିଣ ଓଡ଼ିଶାର ପ୍ରବେଶ ଦ୍ୱାର ତପ୍ତପାଣିଠାରୁ ଜିରାଙ୍ଗ ବୌଦ୍ଧ କ୍ଷେତ୍ର, ମହେନ୍ଦ୍ରଗିରି, ରାୟଗଡା, କୋରାପୁଟ ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଅନୁଦାନ ପ୍ରଦାନ କରାଯିବ। ଏହି ଅବସରରେ ସେ ୧୨ କୋଟି ଟଙ୍କା ଅନୁଦାନରେ ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ୱିକ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ସେ କହିଲେ, ଆଗାମୀ ଦିନରେ ପୋଡ଼ାମାରି ଗ୍ରାମ ନିକଟ ମା’ ବେହେରା ପାତ୍ର ଶକ୍ତିପୀଠକୁ ମଧ୍ୟ ଅନୁଦାନ ପ୍ରଦାନ କରାଯିବ। ଗତ ସରକାର ଅମଳରେ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିର ସାମଗ୍ରିକ ବିକାଶ ପାଇଁ ପ୍ରାୟ ୨ କୋଟି ବିନିଯୋଗ ହୋଇଥିବା ବେଳେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିଲା। ଏବେ କଥା ଅପେକ୍ଷା କାମକୁ ବିଶ୍ୱାସ କରୁଥିବା ରାଜ୍ୟ ସରକାର ତପ୍ତପାଣିର ଉନ୍ନୟନ ସହ ଶକ୍ତିପୀଠ ମା ’ ତାରାତାରିଣୀ, ଗୋପାଳପୁର ସାମୁଦ୍ରିକ ବେଳାଭୂମି ,ଖଲିକୋଟ, ରମ୍ଭା, ସୋନପୁର ସମେତ ରାମାୟଣ ଯୁଗର ପୂଣ୍ୟଭୂମି ମହେନ୍ଦ୍ରଗିରିର ମଧ୍ୟ ବିକାଶ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା କହିଥିଲେ।
ତପ୍ତପାଣିଠାରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିତ୍ତିପ୍ରସ୍ତର ସମାବେଶରେ ଅନ୍ୟତମ ଅତିଥି ଭାବେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ଖଣି ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଆସିକା ଏମ୍‌ପି ଅନିତା ଶୁଭଦର୍ଶିନୀ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ ପାତ୍ର, ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସୀମାଞ୍ଚଳ ପାତ୍ର, ସରପଞ୍ଚ କବିତା ଗମାଙ୍ଗ, ଭାଜପା ଘୁମୁସର ଜିଲା ସଭାପତି ବିଜୟ ସ୍ବାଇଁ, ଶିଶିର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଛତ୍ରପୁର ଉପଜିଲାପାଳ ପ୍ରମୋଦ ପୃଷ୍ଟି ଧନ୍ୟବାଦ ଦେଇଥିଲେ। ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଶିଳାନ୍ୟାସ ଉତ୍ସବରେ ତପ୍ତପାଣି ଉନ୍ନୟନ କମିଟି, ବେହେରାପାତ୍ର ମନ୍ଦିର ଉନ୍ନୟନ କମିଟି, ବିଭାଗୀୟ ଅଧିକାରୀ ଓ ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

ଫଟୋ:


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri