ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି ବୋଲି ସୋମବାର ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦେଇ ସେ କହିଛନ୍ତି ଯେ, ସରକାରଙ୍କ ପକ୍ଷରୁ ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ସହ ଦକ୍ଷିଣ ଓଡ଼ିଶାର ପ୍ରବେଶ ଦ୍ୱାର ତପ୍ତପାଣିଠାରୁ ଜିରାଙ୍ଗ ବୌଦ୍ଧ କ୍ଷେତ୍ର, ମହେନ୍ଦ୍ରଗିରି, ରାୟଗଡା, କୋରାପୁଟ ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଅନୁଦାନ ପ୍ରଦାନ କରାଯିବ। ଏହି ଅବସରରେ ସେ ୧୨ କୋଟି ଟଙ୍କା ଅନୁଦାନରେ ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ୱିକ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ସେ କହିଲେ, ଆଗାମୀ ଦିନରେ ପୋଡ଼ାମାରି ଗ୍ରାମ ନିକଟ ମା’ ବେହେରା ପାତ୍ର ଶକ୍ତିପୀଠକୁ ମଧ୍ୟ ଅନୁଦାନ ପ୍ରଦାନ କରାଯିବ। ଗତ ସରକାର ଅମଳରେ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିର ସାମଗ୍ରିକ ବିକାଶ ପାଇଁ ପ୍ରାୟ ୨ କୋଟି ବିନିଯୋଗ ହୋଇଥିବା ବେଳେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିଲା। ଏବେ କଥା ଅପେକ୍ଷା କାମକୁ ବିଶ୍ୱାସ କରୁଥିବା ରାଜ୍ୟ ସରକାର ତପ୍ତପାଣିର ଉନ୍ନୟନ ସହ ଶକ୍ତିପୀଠ ମା ’ ତାରାତାରିଣୀ, ଗୋପାଳପୁର ସାମୁଦ୍ରିକ ବେଳାଭୂମି ,ଖଲିକୋଟ, ରମ୍ଭା, ସୋନପୁର ସମେତ ରାମାୟଣ ଯୁଗର ପୂଣ୍ୟଭୂମି ମହେନ୍ଦ୍ରଗିରିର ମଧ୍ୟ ବିକାଶ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା କହିଥିଲେ।
ତପ୍ତପାଣିଠାରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିତ୍ତିପ୍ରସ୍ତର ସମାବେଶରେ ଅନ୍ୟତମ ଅତିଥି ଭାବେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ଖଣି ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଆସିକା ଏମ୍‌ପି ଅନିତା ଶୁଭଦର୍ଶିନୀ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ ପାତ୍ର, ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସୀମାଞ୍ଚଳ ପାତ୍ର, ସରପଞ୍ଚ କବିତା ଗମାଙ୍ଗ, ଭାଜପା ଘୁମୁସର ଜିଲା ସଭାପତି ବିଜୟ ସ୍ବାଇଁ, ଶିଶିର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଛତ୍ରପୁର ଉପଜିଲାପାଳ ପ୍ରମୋଦ ପୃଷ୍ଟି ଧନ୍ୟବାଦ ଦେଇଥିଲେ। ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଶିଳାନ୍ୟାସ ଉତ୍ସବରେ ତପ୍ତପାଣି ଉନ୍ନୟନ କମିଟି, ବେହେରାପାତ୍ର ମନ୍ଦିର ଉନ୍ନୟନ କମିଟି, ବିଭାଗୀୟ ଅଧିକାରୀ ଓ ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

ଫଟୋ:


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri