Posted inଜାତୀୟ

EVM ବଟନ ଉପରେ ଲାଗିଛି ଟେପ୍‌: ମମତାଙ୍କ ଭଣଜାଙ୍କ ଆସନରେ ହେରଫେର, ଭାଜପାର ଚାଞ୍ଚଲ୍ୟକର ଅଭିଯୋଗ

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ଚାଲିଥିବା ଭୋଟିଂ ମଧ୍ୟରେ ପରସ୍ପର ବିରୋଧରେ ନିର୍ବାଚନୀ ଜାଲିଆତିର ଅଭିଯୋଗ ଲଗାଯାଉଛନ୍ତି ଟିଏମ୍‌ସି-ଭାଜପା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ତଥା ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଗଡ଼ କୁହାଯାଉଥିବା ଅଞ୍ଚଳରେ ତୃଣମୂଳ କଂଗ୍ରେସ (TMC) ଉପରେ ନିର୍ବାଚନୀ ଜାଲିଆତିର ଅଭିଯୋଗ ଆସିଛି। ଭାଜପା ଅଭିଯୋଗ କରିଛି ଯେ, ଡାଇମଣ୍ଡ ହାର୍ବରର ଫାଲ୍ଟାରେ ଅନେକ ପୋଲିଂ ବୁଥରେ EVM ଉପରେ ଭାଜପା ବଟନ ଉପରେ ଟେପ ଲଗାଯାଇଛି। ଏହା ଦ୍ୱାରା ଲୋକମାନେ ତାଙ୍କୁ ଭୋଟ ଦେବାରୁ ବଞ୍ଚିତ ହେବେ।
ଟିଏମସି ଭାଜପାର ଅଭିଯୋଗକୁ ଖଣ୍ଡନ କରିଛି ଏବଂ ଏହାକୁ ନିର୍ବାଚନ କମିଶନ ଏବଂ ପର୍ଯ୍ୟବେକ୍ଷକ ଆଇପିଏସ ଅଧିକାରୀ ଅଜୟ ପାଲ ଶର୍ମାଙ୍କ ବିଫଳତାକୁ ଦାୟୀ କରିଛି। ତାଙ୍କ ଉପରେ ତୃଣମୂଳ କଂଗ୍ରେସ ପୂର୍ବରୁ ତାଙ୍କ ପ୍ରାର୍ଥୀଙ୍କୁ ଧମକ ଦେବାର ଅଭିଯୋଗ କରିଥିଲା।

ଏହି ସମୟରେ ଭାଜପା ମିଡିଆ ପ୍ରଭାରୀ ଅମିତ ମାଲବ୍ୟ ଫାଲ୍ଟାର ସମସ୍ତ ପ୍ରଭାବିତ ବୁଥ୍‌ରେ ପୁନଃ ନିର୍ବାଚନ କରିବାକୁ ଦାବି କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ସେ ଲେଖିଛନ୍ତି, ଅନେକ ମତଦାନ କେନ୍ଦ୍ରରେ ଟେପ ବ୍ୟବହାର କରି ଭାଜପାକୁ ଭୋଟ ଦେବାର ବିକଳ୍ପକୁ ଅବରୋଧ କରାଯାଇଛି। ଏହା ତଥାକଥିତ ‘ଡାଇମଣ୍ଡ ହାର୍ବର ମଡେଲ’, ସମାନ ମଡେଲ ଯାହା ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଲୋକସଭା ଆସନ ଜିତିବାରେ ସାହାଯ୍ୟ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?