କଳାହାଣ୍ଡି ଜିଲା ପାଇଁ ପୁଣି ଗୌରବ ଆଣିଲେ ତପିମଣି ଜାନି, ସର୍ବଶ୍ରେଷ୍ଠ ବିଇଓ ଭାବେ…

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର ଲୋକସେବା ଭବନ କନଭେନସେନ ସେଣ୍ଟରଠାରେ ଶୁକ୍ରବାର ‘ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ’ ଓ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ’ ଅନୁଷ୍ଠିତ ହୋଇଥିଲା। ଏଥିରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶ୍ରେଷ୍ଠ ଶିକ୍ଷକ,ବ୍ଲକ ଶିକ୍ଷାଅଧିକାରୀ,ଜିଲା ଶିକ୍ଷାଅଧିକାରୀ ମାନଙ୍କୁ ଏହି ଅବସରରେ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରେ ସମ୍ମାନିତ କରାଯାଇଛି। ଏହି ଅବସରରେ କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ତପିମଣି ଜାନିଙ୍କୁ ସର୍ବଶ୍ରେଷ୍ଠ ବିଇଓ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତରେ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଏହି ସମୟରେ ରାଜ୍ୟର ୧୦ ଜଣ ବିଇଓଙ୍କ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଥିଲା। ଗତ ବର୍ଷ ମଧ୍ୟ ବିଇଓ ଜାନି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିଲେ। ଦିତୀୟ ଥର ପାଇଁ ପୁଣି ବିଇଓ ଜାନି ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇ କଳାହାଣ୍ଡି ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତା ପାଇଁ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri