ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ ପ୍ରସବଣ ଏବଂ ଆଦିବାସୀଙ୍କ ଆସ୍ଥାର ପ୍ରତୀକ ମା’ କନ୍ଧୁଣୀ ଦେବୀଙ୍କ ପୀଠ ପରିଦର୍ଶନ କରିବାରେ ସେ ହେଉଛନ୍ତି ଦେଶର ପ୍ରଥମ କାର୍ଯ୍ୟରତ ରାଷ୍ଟ୍ରପତି।

ମଙ୍ଗଳବାର ଅପରାହ୍ନ ପ୍ରାୟ ୧ ଟା ସମୟରେ ଝିପିଝିପି ବର୍ଷା ଓ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତି ପାନ୍ଥନିବାସରେ ପହଞ୍ଚିଥିଲେ। ସେଠାରୁ କିଛି ସମୟ ବିଶ୍ରାମ ପରେ ସେ ସ୍ୱତନ୍ତ୍ର ସୁଟ୍ ପିନ୍ଧି ଉଷ୍ମ ପ୍ରସବଣର ପାଇପ୍ ଯୋଗେ ଆସୁଥିବା ଗନ୍ଧକଯୁକ୍ତ ଗରମ ପାଣିରେ ସ୍ନାନ କରିଥିଲେ। ପରେ ଜନଜାତି ସମ୍ପ୍ରଦାୟର କଳାକାରମାନେ ପାରମ୍ପରିକ ବାଦ୍ୟ ବାଜଣାର ତାଳେ ତାଳେ ନୃତ୍ୟ ପରିବେଷଣ କରି ରାଷ୍ଟ୍ରପତିଙ୍କୁ ଉଷ୍ମ ପ୍ରସବଣ କୁଣ୍ଡରେ ବିରାଜିତ ମା’ କନ୍ଧୁଣୀ ଦେବୀଙ୍କ ମନ୍ଦିର ଯାଏ ଆଦରରେ ପାଛୋଟି ନେଇଥିଲେ।

ଏହି ଗସ୍ତ ସମୟରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଙ୍ଗରେ ଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସ୍ଥାନୀୟ ଜନଜାତି ସମ୍ପ୍ରଦାୟ ମଧ୍ୟରେ ଉତ୍ସବର ପରିବେଷ ସୃଷ୍ଟି ହୋଇଥିଲା। ମନ୍ଦିର ପରିସର ଶୁଭ ଶଙ୍ଖଧ୍ୱନି, ଘଣ୍ଟନାଦ, ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ଭକ୍ତିମୟ ପରିବେଶରେ ପ୍ରକମ୍ପିତ ହୋଇଉଠିଥିଲା। ପାରମ୍ପରିକ ଆଦିବାସୀ ରୀତିନୀତି ଅନୁଯାୟୀ ମନ୍ଦିରର ପୂଜକମାନେ ଏବଂ ସ୍ଥାନୀୟ ଜନଜାତି ସମ୍ପ୍ରଦାୟର ଲୋକେ ଅତ୍ୟନ୍ତ ଶ୍ରଦ୍ଧା, ଭକ୍ତି ଓ ଆନ୍ତରିକତାର ସହ ରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇଥିଲେ।

ପବିତ୍ର ନୀତିକାନ୍ତି ଓ ବିଧିବିଧାନ ଅନୁଯାୟୀ ରାଷ୍ଟ୍ରପତି ମା’ କନ୍ଧୁଣି ଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଦେଶର ଶାନ୍ତି, ସମୃଦ୍ଧି, ଏକତା ଏବଂ ସର୍ବସାଧାରଣଙ୍କ ମଙ୍ଗଳ କାମନା କରିଥିଲେ। ପରେ ସେ ନିକଟସ୍ଥ ଶ୍ରୀ ନୀଳକଣ୍ଠେଶ୍ଵର ମହାଦେବ ମନ୍ଦିର ଦର୍ଶନ କରିବା ସହ ଦିବ୍ୟ ଆରତିରେ ଅଂଶଗ୍ରହଣ କରିଥିଲେ। ପରେ ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ମଞ୍ଚରେ ଅନୁଷ୍ଠିତ ବିଭିନ୍ନ ସାଂସ୍କୃତିକ ଦଳର ନୃତ୍ୟ ଗୀତ ଉପଭୋଗ କରିଥିଲେ। ସେଠାରେ ଉପସ୍ଥିତ କୁନି କୁନି ପିଲା ଓ ଛାତ୍ରୀମାନଙ୍କୁ ରାଷ୍ଟ୍ରପତି ଚୋକଲେଟ୍ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ୍, ବ୍ରହ୍ମପୁର ଏସ.ପି. ଡା. ଶ୍ରବଣା ବିବେକ ଏମ., ଗଞ୍ଜାମ ଏସ.ପି. ହରିଶ୍ ବି. ସି., ଆସିକା ଏମ.ପି. ଅନିତା ଶୁଭଦର୍ଶନୀ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ସାନଖେମୁଣ୍ଡି ବ୍ଲକ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଏବଂ ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କ ସମେତ ଗଞ୍ଜାମ ଓ ଗଜପତି ଜିଲାର ବହୁ ସଂଖ୍ୟକ ପଦସ୍ଥ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ପାନ୍ଥ ନିବାସରେ ମଧ୍ୟାହ୍ନ ଭୋଜନ କରି କିଛି ସମୟ ବିଶ୍ରାମ ପରେ ଅପରାହ୍ନ ପ୍ରାୟ ୪ ଟାରେ ତପ୍ତପାଣିରୁ ବାହାରି ଠିକ୍ ସାଢେ ୪ ଟାରେ ଦିଗପହଣ୍ଡି ଅତିକ୍ରମ କରି ଭାୟା ବ୍ରହ୍ମପୁର ଦେଇ ଗୋପାଳପୁର ଅଭିମୁଖେ ଯାଇଥିଲେ। ଏହି ଅବିସ୍ମରଣୀୟ ଦିବସ ଅବସରରେ ମା’ କନ୍ଧୁଣି ଦେବୀଙ୍କ ମୁଖ୍ୟ ପୂଜକ ପ୍ରଶାନ୍ତ କୁମାର ଜାନୀ ଅତ୍ୟନ୍ତ ଆନନ୍ଦିତ ହୋଇ କହିଥିଲେ ଯେ ରାଷ୍ଟ୍ରପତିଙ୍କୁ ଆମ ପ୍ରାଚୀନ ପରମ୍ପରା ଅନୁଯାୟୀ ଶଙ୍ଖଧ୍ୱନି, ଘଣ୍ଟନାଦ ଓ ବୈଦିକ ରୀତିନୀତିରେ ସ୍ୱାଗତ କରିବା ଆମ ପାଇଁ ପରମ ସୌଭାଗ୍ୟର ବିଷୟ ଏବଂ ମା’ କନ୍ଧୁଣି ଦେବୀଙ୍କ ପବିତ୍ର ପୀଠର ଇତିହାସରେ ଏହା ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ବୋଲି ସେ  ଅଭିହିତ କରିଛନ୍ତି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମଗ୍ର ଅଞ୍ଚଳରେ ଉତ୍ସବର ମାହୋଲ ସୃଷ୍ଟି କରିବା ସହ ଜନଜାତି ସଂସ୍କୃତି, ପରମ୍ପରା ଏବଂ ଧାର୍ମିକ ପର୍ଯ୍ୟଟନକୁ ଜାତୀୟ ସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

ଦୀପାବଳି ପୂର୍ବରୁ ସରକାରଙ୍କ ସ୍ବତନ୍ତ୍ର ପ୍ୟାକେଜ, ମାତ୍ର ୧୦୦ ଟଙ୍କାରେ ମିଳିବ ୧୦ ପ୍ରକାର ପରିବା!

ଚେନ୍ନାଇ,୫ା୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ପରିବାରର ରୋଷେଇ ଖର୍ଚ୍ଚ କମାଇବା ପାଇଁ ତାଙ୍କ…

ଧନଶ୍ରୀ ଗର୍ଭବତୀ ଥିବାବେଳେ ଚହଲ ହେଇଥିଲେ ଧୋକା! ଭାଇରାଲ ହେଉଛି ଆରଜେ ମହବଶଙ୍କ ଭିଡିଓ

ନୂଆଦିଲ୍ଲୀ,୫।୧୧:ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲ ଓ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। ଏଥର ଚର୍ଚ୍ଚାର କାରଣ ହେଉଛି ଆରଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?