ବବିଙ୍କ ସପକ୍ଷରେ ବାହିନୀପତି

ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ହୋଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ରଖି ଦଳର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ଧାମନଗରରେ ବିଜେଡି-ବିଜେଡି ଲଢ଼େଇରେ କଂଗ୍ରେସ ବଳି ପଡ଼ିଗଲା ବୋଲି ତାରା କହିବା ସହିତ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସପକ୍ଷରେ ବାହାରିଛନ୍ତି। ବିଜୁ ଜନତା ଦଳର କେତେଜଣ ନେତା ବିଧାୟକ ବବିଙ୍କୁ ବିରୋଧକରି ଓ ତାଙ୍କ ଆଧିପତ୍ୟ କମାଇବା ପାଇଁ ଧାମନଗରରେ କେତେଜଣ କଂଗ୍ରେସ ଲୋକଙ୍କୁ କିଣିନେଲେ। ଏଇଟା ସତ୍ୟ। ଆମ ଭୋଟ ସେଇଆଡ଼େ ପଳାଇଲା। କିଏ ଭାଜପାକୁ ତ କିଏ ସ୍ବାଧୀନ ପ୍ରାର୍ଥୀଙ୍କୁ ଭୋଟ ଦେଲା। ଆମ ପ୍ରତି ଯେଉଁମାନଙ୍କ ସ୍ନେହ,ଶ୍ରଦ୍ଧା ଥିଲା ଓ ଯେଉଁମାନେ ଆମକୁ ଭୋଟ ଦେଇଥାଆନ୍ତେ ତାକୁ ରୋକିଦେଲେ। ଅର୍ଥାତ୍‌ ବିଜେଡି-ବିଜେଡି କଳିରେ କଂଗ୍ରେସ ଡୁବିଗଲା। ହେଲେ ବିଜେଡିର କେଉଁ ନେତାମାନେ ବବିଙ୍କ ବିରୋଧରେ ଯାଇ ଏମିତି କାମ କରିଥିଲେ ସେମାନଙ୍କ ନାଁ ତାରା କହିନାହାନ୍ତି। ସେମାନଙ୍କ ମଧ୍ୟରେ ଉଭୟ ବରିଷ୍ଠ ଓ କନିଷ୍ଠ ନେତା ଅଛନ୍ତି। ଅନ୍ୟପକ୍ଷରେ ପଦ୍ମପୁର ଉପନିର୍ବାଚନରେ କଂଗ୍ରେସର ସ୍ଥିତି ଭିନ୍ନ ରହିବ। ସେଠାରେ ଦଳ ୧ ନମ୍ବରରେ ରହିବ ବୋଲି କହିଛନ୍ତି। ପଦ୍ମପୁରରେ ଆମ ନେତା ସତ୍ୟଭୂଷଣ ସାହୁ ଗତ ନିର୍ବାଚନରେ ୩୨ ହଜାର ଭୋଟ ପାଇଥିଲେ। ତାଙ୍କର ସେଠାରେ ଦବଦବା ରହିଛି। ନିଶ୍ଚିତ ଭାବେ କଂଗ୍ରେସ ସେଠାରେ ୧ ନମ୍ବରରେ ରହିବ। ସେଠାରେ କେହି କଂଗ୍ରେସ ଭୋଟ ନେଇପାରିବେନାହିଁ ବୋଲି ତାରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri