ପ୍ରତିଦିନ ବିଧାୟକ ଦଳ ବୈଠକ, ତାରା ଯୋଗଦେଉନାହାନ୍ତି: କାଡାମ

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ କେଉଁଦିନ କ’ଣ ସବୁ ପ୍ରସଙ୍ଗକୁ ନେଇ ସରକାରୀ ଦଳକୁ ଟାର୍ଗେଟ କରାଯିବ ସେଥିଲାଗି ପ୍ରତ୍ୟେକ ଦିନ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ହେବ। ତେଣୁ ପ୍ରତିଦିନ କଂଗ୍ରେସର ବିଧାୟକ ଦଳ ବୈଠକ ସକାଳ ସାଢ଼େ ୯ଟାରୁ ୧୦ ମଧ୍ୟରେ ବସିବ ବୋଲି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି। ତେବେ ମଙ୍ଗଳବାର ମଧ୍ୟ ସମାନଭାବେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ହେଲେ ଏଥିରେ ଦଳର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି ଯୋଗଦେଇ ନ ଥିବା କାଡାମ କହିଛନ୍ତି। ସେ କହିଛନ୍ତି, ତାରାବାବୁ ବିଧାୟକ ଦଳ ବୈଠକକୁ ଆସି ନ ଥିଲେ, ହେଲେ ଗୃହକୁ ଆସୁଛନ୍ତି।
ଅନ୍ୟପଟେ ବିଧାୟକ ଦଳ ବୈଠକରେ ଯୋଗଦେଉ ନ ଥିବା ନେଇ ତାରାଙ୍କୁ ପଚାରିବାରୁ ସେ କହିଛନ୍ତି, ସବୁଦିନ ବିଧାୟକ ଦଳ ବୈଠକ ବସୁଛି ବୋଲି ସେ ଜାଣିନାହାନ୍ତି। ଗୃହକୁ ଯାଉଛନ୍ତି ଏବଂ କଂଗ୍ରେସ ତରଫରୁ ଯେଉଁସବୁ ପ୍ରସଙ୍ଗ ଉଠାଯିବା କଥା ଉଠାଉଛନ୍ତି ବୋଲି ତାରା କହିଛନ୍ତି। ସୂଚନାଯୋଗ୍ୟ, ବିଧାୟକ ଦଳ ନେତା ପଦକୁ ନେଇ ତାରା ଏବଂ କାଡାମଙ୍କ ନାଁ ଚର୍ଚ୍ଚାରେ ରହିଥିଲା। ବରିଷ୍ଠତା ଦୃଷ୍ଟିରୁ ଦେଖାଗଲେ ତାରା ସବୁଠାରୁ ଆଗରେ ରହିବା କଥା। ହେଲେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ୩ ଥରର ବିଧାୟକ କାଡାମଙ୍କ ନଁା ବିଧାୟକ ଦଳ ନେତା ଭାବେ ଘୋଷଣା କରିଛି; ଯାହାକୁ ନେଇ ତାରା ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି। ଏଥିଲାଗି ବିଧାୟକମାନଙ୍କ ମଧ୍ୟରେ ସମନ୍ବୟ ଅଭାବ ରହିଥିବା ଜଣେ ବିଧାୟକ ନିଜ ନାମ ଗୋପନ ରଖି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri