ପ୍ରତିଦିନ ବିଧାୟକ ଦଳ ବୈଠକ, ତାରା ଯୋଗଦେଉନାହାନ୍ତି: କାଡାମ

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ କେଉଁଦିନ କ’ଣ ସବୁ ପ୍ରସଙ୍ଗକୁ ନେଇ ସରକାରୀ ଦଳକୁ ଟାର୍ଗେଟ କରାଯିବ ସେଥିଲାଗି ପ୍ରତ୍ୟେକ ଦିନ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ହେବ। ତେଣୁ ପ୍ରତିଦିନ କଂଗ୍ରେସର ବିଧାୟକ ଦଳ ବୈଠକ ସକାଳ ସାଢ଼େ ୯ଟାରୁ ୧୦ ମଧ୍ୟରେ ବସିବ ବୋଲି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି। ତେବେ ମଙ୍ଗଳବାର ମଧ୍ୟ ସମାନଭାବେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ହେଲେ ଏଥିରେ ଦଳର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି ଯୋଗଦେଇ ନ ଥିବା କାଡାମ କହିଛନ୍ତି। ସେ କହିଛନ୍ତି, ତାରାବାବୁ ବିଧାୟକ ଦଳ ବୈଠକକୁ ଆସି ନ ଥିଲେ, ହେଲେ ଗୃହକୁ ଆସୁଛନ୍ତି।
ଅନ୍ୟପଟେ ବିଧାୟକ ଦଳ ବୈଠକରେ ଯୋଗଦେଉ ନ ଥିବା ନେଇ ତାରାଙ୍କୁ ପଚାରିବାରୁ ସେ କହିଛନ୍ତି, ସବୁଦିନ ବିଧାୟକ ଦଳ ବୈଠକ ବସୁଛି ବୋଲି ସେ ଜାଣିନାହାନ୍ତି। ଗୃହକୁ ଯାଉଛନ୍ତି ଏବଂ କଂଗ୍ରେସ ତରଫରୁ ଯେଉଁସବୁ ପ୍ରସଙ୍ଗ ଉଠାଯିବା କଥା ଉଠାଉଛନ୍ତି ବୋଲି ତାରା କହିଛନ୍ତି। ସୂଚନାଯୋଗ୍ୟ, ବିଧାୟକ ଦଳ ନେତା ପଦକୁ ନେଇ ତାରା ଏବଂ କାଡାମଙ୍କ ନାଁ ଚର୍ଚ୍ଚାରେ ରହିଥିଲା। ବରିଷ୍ଠତା ଦୃଷ୍ଟିରୁ ଦେଖାଗଲେ ତାରା ସବୁଠାରୁ ଆଗରେ ରହିବା କଥା। ହେଲେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ୩ ଥରର ବିଧାୟକ କାଡାମଙ୍କ ନଁା ବିଧାୟକ ଦଳ ନେତା ଭାବେ ଘୋଷଣା କରିଛି; ଯାହାକୁ ନେଇ ତାରା ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି। ଏଥିଲାଗି ବିଧାୟକମାନଙ୍କ ମଧ୍ୟରେ ସମନ୍ବୟ ଅଭାବ ରହିଥିବା ଜଣେ ବିଧାୟକ ନିଜ ନାମ ଗୋପନ ରଖି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri