ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍‌ ଟାଣିଲେ ତାରା, ଟେବୁଲ ଉପରେ ଚଢିଲେ କାଡାମ

ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ ହଲ୍ଲା କରିବା ସହ ବାଚସ୍ପତିଙ୍କ ମାଇକ ଟାଣିଦେଇଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ଆଉ ଏହାପରେ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ ।

ଗୁରୁବାର ଗୃହରେ ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ ଉଦବେଗ୍‌ ପ୍ରକାଶ କଲେ କଂଗ୍ରେସ ବିଧାୟକ ଦଳ ନେତା। ଏହି ପ୍ରକଳ୍ପ ଦାରା ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ଅଭିଯୋଗ କରି ବର୍ଷିଥିଲେ ରାମଚନ୍ଦ୍ର କାଡାମ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତୀ କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ । ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟଙ୍କ ହୋ ହାଲ୍ଲା କରିଥିଲେ । ବିରୋଧୀ ବିଜେଡି ପଏଣ୍ଟ ଅଫ ଅର୍ଡର ମାଗିଥିଲେ। ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ ପ୍ରୋସିଡିଂରୁ ହଟାଇବାକୁ ଦାବି ହୋଇଥିଲା। ଏହାପରେ ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ କଂଗ୍ରେସ ସଦସ୍ୟ। ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ଟାଣି ଦେଇଥିଲେ ବିଧାୟକ ତାରା ବାହିନୀପତି। ଏଥିସହ ରିପୋର୍ଟର ଟେବୁଲରେ କଂଗ୍ରେସ ବିଧାୟକ ଦଳ ନେତା କାଡ଼ାମ ଚଢିଯାଇଥିଲେ । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ ଏବଂ ପରେ ୪ଟା ଯାଏଁ ମୁଲତବୀ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri