ତାରାଙ୍କ ତେର୍ଚ୍ଛାବାଣ: କହିଲେ ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ଅଛି, ବିଜେଡି ସମର୍ଥନ ନ କଲେ ଭାଜପା ସହ…

ଭୁବନେଶ୍ୱର,୨୪ା୭): ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ ଜଣେ ସିପିଆଇ ବିଧାୟକ ବି ଅଛନ୍ତି। ବିଜେଡି ସମର୍ଥନ ନ କଲେ ଭାଜପା ସହ ଅଛି ବୋଲି ଜଣାପଡ଼ିବ। ଅନାସ୍ଥା କାଟ୍‌ ଖାଇବ ନାହିଁ। ଭୋଟିଂ ପରେ ଜଣାପଡ଼ିବ।

ପ୍ରକାଶ ଥାଉକି, ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ୍‌ମିଟ୍‌ରେ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରି ବିଜୁ ଜନତା ଦଳ (ବିଜେଡି) ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ ଦେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି, “ଯଦି ବିଜେଡି ନାରୀ ନ୍ୟାୟ ପାଇଁ ଆନ୍ତରିକତା ସହ ଲଢୁଛି, ତେବେ ସେମାନେ ବିଧାନସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ। ଆମେ ତାହାକୁ ସମର୍ଥନ ଦେବୁ।

ନଚେତ୍‌, ଆମେ ନିଜେ ଅନାସ୍ଥା ପ୍ରସ୍ତାବ ଆଣିବୁ ଏବଂ ବିଜେଡି ତାହାକୁ ସମର୍ଥନ ଦେଉ।” ଦାସ ବାଲେଶ୍ବର ଘଟଣାକୁ ଅତ୍ୟନ୍ତ ଲଜ୍ଜାଜନକ ବୋଲି ବର୍ଣ୍ଣନା କରି କହିଛନ୍ତି, “ଏହି ଘଟଣାକୁ ନେଇ ଆମେ ସମସ୍ତେ ଲଜ୍ଜିତ, କିନ୍ତୁ ଦୁଃଖର ବିଷୟ ଯେ ରାଜ୍ୟ ସରକାର ଏ ନେଇ ଲଜ୍ଜିତ ନୁହନ୍ତି।” ସେ ଆହୁରି ଅଭିଯୋଗ କରିଛନ୍ତି ଯେ ସରକାର ଏପର୍ଯ୍ୟନ୍ତ ନୀରବ ଦ୍ରଷ୍ଟା ଭୂମିକାରେ ରହିଛନ୍ତି ଏବଂ ମହିଳା କମିଶନ ଗଠନ କରିବାରେ ବିଫଳ ହୋଇଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି।

ଅନ୍ୟପକ୍ଷରେ, ବିଜେଡି ମଧ୍ୟ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି। ବିଜେଡି ପକ୍ଷରୁ ଏକ ପ୍ରେସ୍‌ମିଟ୍‌ରେ କୁହାଯାଇଛି ଯେ ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସମଗ୍ର ଦେଶକୁ ବ୍ୟଥିତ କରିଛି। ଦଳ ଏହି ଘଟଣାରେ ନ୍ୟାୟ ଦାବିରେ ଲୋକସେବା ଭବନ ଘେରାଉ ସହ ତିନି ଆରଡିସି ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛି। ବିଜେଡି ନେତାମାନେ ଅଭିଯୋଗ କରିଛନ୍ତି ଯେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି ଏବଂ ଛାତ୍ରୀମାନେ କଲେଜ କ୍ୟାମ୍ପସରେ ସୁରକ୍ଷିତ ନୁହନ୍ତି।

ଏକ ଏକ୍ସ ପୋଷ୍ଟରେ ମଧ୍ୟ ଉଲ୍ଲେଖ କରାଯାଇଛି ଯେ କଂଗ୍ରେସ ଓ ବିଜେଡି ମିଳିତ ଭାବେ ଅନାସ୍ଥା ପ୍ରସ୍ତାବ ପାଇଁ ସହମତି ପ୍ରକାଶ କରିବା ଉଚିତ। ପୋଷ୍ଟରେ କୁହାଯାଇଛି, “ଯେଉଁ ଦଳ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ନକରେ, ନୈତିକତାର ଦୃଷ୍ଟିରୁ ସେମାନେ ସରକାର ବିରୋଧୀ ଆନ୍ଦୋଳନରୁ ନିବୃତ୍ତ ରହିବା ଉଚିତ।”

ଏହି ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। କଂଗ୍ରେସ ଓ ବିଜେଡି ଉଭୟ ସରକାରଙ୍କୁ ମହିଳା ସୁରକ୍ଷା ଓ ଆଇନଶୃଙ୍ଖଳା ପ୍ରଶ୍ନରେ ଘେରିବାକୁ ଚେଷ୍ଟା କରୁଛନ୍ତି। ତେବେ, ଅନାସ୍ଥା ପ୍ରସ୍ତାବ ଆଣିବା ନେଇ ବିଜେଡିର ଔପଚାରିକ ନିଷ୍ପତ୍ତି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହା ମଧ୍ୟରେ ରାଜ୍ୟ ସରକାର ଏହି ଘଟଣାରେ ନ୍ୟାୟିକ ତଦନ୍ତ ଓ ମହିଳା କମିଶନ ଗଠନ ପାଇଁ କୌଣସି ପଦକ୍ଷେପ ନେଇଥିବା ସୂଚନା ମିଳିନାହିଁ।

ଏହି ଘଟଣା ଓଡ଼ିଶାର ରାଜନୈତିକ ପରିବେଶକୁ ଆହୁରି ଉତ୍ତପ୍ତ କରିଛି। ଆଗାମୀ ଦିନରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବା ନେଇ କଂଗ୍ରେସ ଓ ବିଜେଡିର ପରବର୍ତ୍ତୀ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri