କରୋନା କବଳରେ ତାରା

ମୁମ୍ବାଇ: ଦେଶର କିଛି ଅଂଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମହାରାଷ୍ଟ୍ର ଏହି ତାଲିକାରେ ସବୁଠାରୁ ଆଗରେ ରହିଛି । ଏବେ କିନ୍ତୁ ଲକ୍ଷ୍ୟ କରାଯାଇଛି କି ମାୟାନଗରୀକୁ ପୁଣିଥରେ କରୋନା ପ୍ରବେଶ କରିଛି । କିଛିଦିନ ତଳେ ପ୍ରଥମେ ରଣବୀର କପୁର କରୋନାରେ ପୀଡ଼ିତ ହୋଇଥିବା ଖବର ଆସିବା ପରେ ନିର୍ଦ୍ଦେଶକ ସଂଞ୍ଜୟ ଲିଲା ଭଂସାଲି ବି କରୋନାରେ ପୀଡ଼ିତ ହୋଇଥିଲେ । ଶୁକ୍ରବାର ଜଣାପଡିଥିଲା କି ବଲିଉଡ୍‌ର ଆଗଧାଡିର ଅଭିନେତା ମନୋଜ ବାଜପେୟୀ ବି କରୋନାରେ ପୀଡ଼ିତ ହୋଇଛନ୍ତି । ଏବେ ଶୁଣିବାକୁ ମିଳିଛି କି ଏହି ତାଲିକାରେ ସାମିଲ ହୋଇଛନ୍ତି ଅଭିନେତ୍ରୀ ତାରା ସୁତାରିୟା । ଫିଲ୍ମଫେୟାରର ରିପୋର୍ଟ ଅନୁଯାୟୀ ତାରାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ନିକଟରେ ତାରା ତାଙ୍କ ଅପକମିଂ ଫିଲ୍ମ ‘ତଡପ’ର ଶୁଟିଂ ଶେଷ କରିଥିଲେ । ଏଥିରେ ତାରାଙ୍କ ସହ ଉହାନ ସେଟ୍ଟି ମୁଖ୍ୟ ଭୂମିକାରେ ନଜର ଆସିବେ । ଏହା ସେପ୍ଟେମ୍ବର ୨୪ରେ ରିଲିଜ୍ ହେବାର ଯୋଜନା ରହିଛି । ଏହା ଏକ ପ୍ରେମ କାହାଣୀ ହୋଇଥିବା ବେଳେ ନିକଟରେ ଏହାର ପୋଷ୍ଟର ଶେୟାର କରି ତାରା ନିଜେ ଫିଲ୍ମ ବିଷୟରେ ସୂଚନା ଦେଇଥିଲେ । ଉହାନ ଏହି ଫିଲ୍ମରେ ଡେବ୍ୟୁ କରୁଥିବା ବେଳେ ଖିଲାଡି ବୟ ଅକ୍ଷଅ କୁମାର ଏହାର ପୋଷ୍ଟର ଶେୟାର କରି ଉଭୟ ତାରା ଓ ଉହାନଙ୍କୁ ଶୁଭେଚ୍ଛା ଜଣାଥିଲେ । ହିରୋପନ୍ଥି ୨ରେ ବି ତାରା ନଜର ଆସିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri