ମିଳୁନି ଆବାସ, ଭଙ୍ଗାଘର ଭରସା

ବେଗୁନିଆ,୩ା୧୦(ଡି.ଏନ୍‌.ଏ.): ଅସହାୟ ଓ ଗରିବଙ୍କୁ ପକ୍କା ଘର ଯୋଗାଇଦେବା ଲାଗି ସରକାର ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ଲୋକ ପ୍ରତିନିଧିଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ଆବାସ ଯୋଜନା ଏମାନଙ୍କ ଲାଗି ସାତସପନ ପାଲଟିଛି। ଏପରି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଗଡ଼ମାଣତୀର ଗ୍ରାମରେ ରହୁଥିବା ତାରାମଣି ହୋତା(୬୫)ଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି।

କେନ୍ଦ୍ରାପଡ଼ା ଜିଲାର ତାରାମଣି ଓ ତାଙ୍କ ସ୍ବାମୀ କାର୍ତ୍ତିକେଶ୍ୱରଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଦୟନୀୟ ଅବସ୍ଥାରେ ବସବାସ କରୁଥିଲେ। ମା’ରାମଚଣ୍ଡୀଙ୍କ ସାନ୍ନିଧ୍ୟ ଲାଭ ପାଇଁ ୧୯୯୧ରେ ତାରାମଣି ଓ ତାଙ୍କ ସ୍ବାମୀ ବେଗୁନିଆର ଗଡ଼ମାଣତୀରକୁ ଆସିଥିଲେ। ମା’ଙ୍କ ସେବା କରିବା ସହ ପୀଠରେ ଜୀବନ ବିତାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ସେହିଦିନଠାରୁ ଉଭୟ ଗ୍ରାମକୁ ଆଉ ଫେରି ନ ଥିଲେ। ପୀଠ ନିକଟ ନୂଆସାହିରେ ଏକ କୁଡ଼ିଆ ଘର କରି ରହୁଥିଲେ। ପରବର୍ତ୍ତୀ ସମୟରେ ସେମାନେ ଗଡମାଣତୀର ବାସିନ୍ଦା ଭାବେ ଭୋଟର ତାଲିକାରେ ନାମ ପଞ୍ଜୀକରଣ କରାଇ ୧୯୯୨ରେ ପଞ୍ଚାୟତ ଭୋଟ ଦେଇଥିଲେ।

କିଛିଦିନ ପରେ କାର୍ତ୍ତିକେଶ୍ୱରଙ୍କ ମୃତ୍ୟୁ ହୋଇଥିଲା। ଏବେ ତାରାମଣି ଏବଂ ତାଙ୍କ ୧୬ବର୍ଷର ପୁଅ ବିକ୍ରମ ସେହି ଭଙ୍ଗା କୁଡିଆରେ ଜୀବନ ବିତାଉଛନ୍ତି। ଏପଟେ ବିକ୍ରମଙ୍କ ଆଖିକୁ ଠିକ୍‌ ସେ ଦେଖାଯାଉ ନାହିଁ। ୨୦୦୫ରୁ ରାମଚଣ୍ଡୀଙ୍କ ପୀଠରେ ତାରାମଣି ଭିକ୍ଷା ମାଗି ପରିବାର ଚଳାଉଛନ୍ତି। ଦୁଇ ଓଳି ଖାଇବାକୁ ସଂଘର୍ଷ କରୁଥିବା ବେଳେ ଘର ସଜାଡିବାକୁ ସମ୍ବଳ ନ ଥିବା କହିଛନ୍ତି। ଆବାସ ଯୋଜନାରେ ଘର ଖଣ୍ଡେ ପାଇବା ପାଇଁ ପଞ୍ଚାୟତ, ବ୍ଲକ ପ୍ରଶାସନଠାରୁ ଜିଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ମିଳୁଛି, କାର୍ଯ୍ୟକାରୀ ହେଉନାହିଁ। ଆବାସ ଯୋଜନା ସେମାନଙ୍କ ପାଇଁ ସାତସପନ ପାଲଟିଛି ବୋଲି ତାରାମଣି କହିଛନ୍ତି। ଅନ୍ୟପକ୍ଷେ ଏ ସମ୍ପର୍କରେ ବିଡିଓ ରଶ୍ମିରେଖା ଦାସ କହିଛନ୍ତି, ତାରାମଣି ରହୁଥିବା ସ୍ଥାନର ରେକର୍ଡପତ୍ର ଠିକ୍‌ ନ ଥିବାରୁ ତାଙ୍କୁ ଆବାସ ଯୋଜନାରେ ସାମିଲ୍‌ କରାଯାଇପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri