ପ୍ରଚାର ମଇଦାନରେ ତାରା: ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହେଲେ ଶତାଧିକ କର୍ମୀ

କୋରାପୁଟ,୧୩ା୪(ଅମିତାଭ ବେହେରା): କୋରାପୁଟ ଜିଲାର ଲକ୍ଷ୍ମୀପୁର ନିିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦଶମନ୍ତପୁରଠାରେ ଶନିବାର କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନୀ ସଭାରେ ଦଶମନ୍ତପୁର ବ୍ଲକ କଂଗ୍ରେସ କମିଟି ସଭାପତି ବେଣୁଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ତାରାଙ୍କ ସହ କଂଗ୍ରେସର ଲୋକ ସଭା ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ହଜାରରୁ ଉଦ୍ଧର୍‌ବ ଲୋକଙ୍କ ସମାବେଶ ହୋଇଥିଲା । କଂଗ୍ରେସ ସରକାର ଆସିଲେ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ବିକାଶ ହୋଇପାରିବ ବୋଲି ତାରା ପ୍ରସାଦ ବାହିନୀପତି ଏହି ଅବସରରେ ପ୍ରକାଶ କରିଥିଲେ। ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ପବିତ୍ର ସାଉନ୍ତାଙ୍କୁ ବିପୁଳ ଭୋଟରେ ବିଜୟୀ କରିବାକୁ ଉପସ୍ଥିତ ଥିବା ଭୋଟରଙ୍କୁ ତାରା ନିବେଦନ କରିଥିଲେ। କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଏମ୍‌ପି ପ୍ରାର୍ଥୀ ଭାବେ ସପ୍ତଗିରି ଶଙ୍କର ଉଲାକାଙ୍କୁ କଂଗ୍ରେସ ପୁଣି ଥରେ ଟିକେଟ ପ୍ରଦାନ କରିଛି। ତେଣୁ କଂଗ୍ରେସ ଏମ୍‌ପି ପ୍ରାର୍ଥୀ ସପ୍ତଗିରିଙ୍କୁ ମଧ୍ୟ ବିପୁଳ ଭୋଟ୍‌ରେ ବିଜୟୀ କରିବାକୁ ସେ ନିବେଦନ କରିଥିଲେ।

ଏହି ସଭାରେ ବିଜେଡିର ୧୦୦ କର୍ମୀ କଂଗ୍ରେସର ସାମିଲ ହୋଇଥିଲେ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସଂପାଦକ ତଥା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପର୍ଯ୍ୟବେକ୍ଷକ ଜଗଦୀଶ ଖୋସଲା କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ପବିତ୍ର ସାଉନ୍ତା, ଦଶମନ୍ତପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ରାଜେନ୍ଦ୍ର ହୁଇକା, ଲକ୍ଷ୍ମୀପୁର ବ୍ଲକ କଂଗ୍ରେସ କମିଟି ସଭାପତି କୈଳାସ ଖୋସଲା ପ୍ରମୁଖଙ୍କ ସହ ଅନେକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ। କୋରାପୁଟ ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏବଂ କୋରାପୁଟ ଓ ନବରଙ୍ଗପୁର ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହେବେ ବୋଲି ରାଜ୍ୟ କଂଗ୍ରେସର ହେଭିିଓ୍ବେଟ୍‌ ନେତା ତାରା ପ୍ରସାଦ ବାହିନୀପତି ଦୃଢ଼ତା ସହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri