ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି କହିଛନ୍ତି। ଏହା ପୂର୍ବରୁ ରାଜ୍ୟର ବହୁ ରାଜନେତା ତଥା ଜନପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ କେତେକଙ୍କ ଜୀବନ ମଧ୍ୟ ନେଇସାରିଛି କରୋନା।