ମହାଷ୍ଟମୀରେ ମହାଗୌରୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ: ସେବାୟତଙ୍କ ଅସଦବ୍ୟବହାରରେ ଭକ୍ତମାନେ ଅତିଷ୍ଠ

ପୁରୁଷୋତ୍ତମପୁର, ୨/୧୦(ଡିଏନଏ): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ମାତ୍ର ଏଠାରେ କିଛି ସେବାୟତଙ୍କ ଦୌରାତ୍ମ୍ୟ ଲାଗି ରହିଛି। ସେମାନେ ଭକ୍ତଙ୍କୁ ଅସଦବ୍ୟବହାର ପ୍ରଦର୍ଶନ କରିବାରେ ଲାଗିଛନ୍ତି। ଏହାକୁ ନେଇ ଭକ୍ତମାନେ ଅତିଷ୍ଠ ହୋଇପଡିଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ଏହାକୁ ନେଇ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ମଧ୍ୟ ଆକର୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଗତ ୨୦୨୦ମସିହାରେ ଏଭଳି କିଛି ସେବାୟତ ଭକ୍ତଙ୍କୁ ଅସଦବ୍ୟବହାର କରିଥିଲେ। ଦକ୍ଷିଣା ନଦେବାରୁ ଖଣ୍ଡାରେ ହାଣି ପକାଇଥିଲେ। ଏହାକୁ ନେଇ ପୋଲିସ ଦୁଇ ଜଣ ସେବାୟତଙ୍କୁ ଗରିଫ ମଧ୍ୟ କରିଥିଲେ।

ସେବାୟତଙ୍କ ଦୌରାତ୍ମ୍ୟ ଯୋଗୁ ଭକ୍ତମାନେ ମାଙ୍କ ପୀଠକୁ ଆସିବା ଲାଗି କୁଣ୍ଠାବୋଧ କରିଥିଲେ। ଏହି ଘଟଣାକୁ ନେଇ ସେତେବେଳେ ପ୍ରଶାସନ ସେବାୟତଙ୍କୁ କଡା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଇଥିଲେ। ଏହା ପରଠାରୁ କିଛି ଦିନ ହେଲା ଠିକ ଚାଲିଥିବା ବେଳେ ପୁଣି କିଛି ସେବାୟତ ସେମାନଙ୍କ ଦୌରାତ୍ମ୍ୟ ଆରମ୍ଭ କରିଦେଇଛନ୍ତି। ଏଣୁ ତୁରନ୍ତ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ଏଭଳି କାର୍ଯ୍ୟ କରୁଥିବା ସେବାୟତଙ୍କ ବିରୋଧରେ କଡା ପଦକ୍ଷେପ ନେବା ଜରୁରୀ ହୋଇ ପଡିଛି ବୋଲି ସାଧାରଣରେ ଦାବି ହେଉଛି।

ଭୋର ସକାଳ ୪ଟା ୩୦ରେ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତି, ଅବକାଶ , ମାଜଣା ,ମହା ଆଳତି ପରେ ସକାଳ ୭ଟା ୨୦ ରେ ସାହାଣ ମେଲା ହୋଇଥିଲା। ମା ତାରାତାରିଣୀ ଦୁଇ ଭଉଣୀ ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହା ପରେ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶ ଶର୍ମାଙ୍କ ଦ୍ୱାରା ଚଣ୍ଡି ପାଠ, ହୋମ, ଯଜ୍ଞ ଆରମ୍ଭ ହୋଇଥିଲା। ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣା, ଧ୍ରୁବରଣାଙ୍କ ସମେତ ସମସ୍ତ ସେବାୟତଙ୍କ ଦ୍ୱାରା ମନ୍ଦିରରେ ପୂଜାର୍ଚ୍ଚନା ଲାଗି ରହିଛି।

ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି,ତହସିଲଦାର ସନ୍ତୋଷ କୁମାର ସାହୁ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri