ମହାଷ୍ଟମୀରେ ମହାଗୌରୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ: ସେବାୟତଙ୍କ ଅସଦବ୍ୟବହାରରେ ଭକ୍ତମାନେ ଅତିଷ୍ଠ

ପୁରୁଷୋତ୍ତମପୁର, ୨/୧୦(ଡିଏନଏ): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ମାତ୍ର ଏଠାରେ କିଛି ସେବାୟତଙ୍କ ଦୌରାତ୍ମ୍ୟ ଲାଗି ରହିଛି। ସେମାନେ ଭକ୍ତଙ୍କୁ ଅସଦବ୍ୟବହାର ପ୍ରଦର୍ଶନ କରିବାରେ ଲାଗିଛନ୍ତି। ଏହାକୁ ନେଇ ଭକ୍ତମାନେ ଅତିଷ୍ଠ ହୋଇପଡିଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ଏହାକୁ ନେଇ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ମଧ୍ୟ ଆକର୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଗତ ୨୦୨୦ମସିହାରେ ଏଭଳି କିଛି ସେବାୟତ ଭକ୍ତଙ୍କୁ ଅସଦବ୍ୟବହାର କରିଥିଲେ। ଦକ୍ଷିଣା ନଦେବାରୁ ଖଣ୍ଡାରେ ହାଣି ପକାଇଥିଲେ। ଏହାକୁ ନେଇ ପୋଲିସ ଦୁଇ ଜଣ ସେବାୟତଙ୍କୁ ଗରିଫ ମଧ୍ୟ କରିଥିଲେ।

ସେବାୟତଙ୍କ ଦୌରାତ୍ମ୍ୟ ଯୋଗୁ ଭକ୍ତମାନେ ମାଙ୍କ ପୀଠକୁ ଆସିବା ଲାଗି କୁଣ୍ଠାବୋଧ କରିଥିଲେ। ଏହି ଘଟଣାକୁ ନେଇ ସେତେବେଳେ ପ୍ରଶାସନ ସେବାୟତଙ୍କୁ କଡା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଇଥିଲେ। ଏହା ପରଠାରୁ କିଛି ଦିନ ହେଲା ଠିକ ଚାଲିଥିବା ବେଳେ ପୁଣି କିଛି ସେବାୟତ ସେମାନଙ୍କ ଦୌରାତ୍ମ୍ୟ ଆରମ୍ଭ କରିଦେଇଛନ୍ତି। ଏଣୁ ତୁରନ୍ତ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ଏଭଳି କାର୍ଯ୍ୟ କରୁଥିବା ସେବାୟତଙ୍କ ବିରୋଧରେ କଡା ପଦକ୍ଷେପ ନେବା ଜରୁରୀ ହୋଇ ପଡିଛି ବୋଲି ସାଧାରଣରେ ଦାବି ହେଉଛି।

ଭୋର ସକାଳ ୪ଟା ୩୦ରେ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତି, ଅବକାଶ , ମାଜଣା ,ମହା ଆଳତି ପରେ ସକାଳ ୭ଟା ୨୦ ରେ ସାହାଣ ମେଲା ହୋଇଥିଲା। ମା ତାରାତାରିଣୀ ଦୁଇ ଭଉଣୀ ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହା ପରେ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶ ଶର୍ମାଙ୍କ ଦ୍ୱାରା ଚଣ୍ଡି ପାଠ, ହୋମ, ଯଜ୍ଞ ଆରମ୍ଭ ହୋଇଥିଲା। ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣା, ଧ୍ରୁବରଣାଙ୍କ ସମେତ ସମସ୍ତ ସେବାୟତଙ୍କ ଦ୍ୱାରା ମନ୍ଦିରରେ ପୂଜାର୍ଚ୍ଚନା ଲାଗି ରହିଛି।

ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି,ତହସିଲଦାର ସନ୍ତୋଷ କୁମାର ସାହୁ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?