ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ ଏବଂ ତାରାତାରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଛି ।

ଚତୁର୍ଥପାଳିରେ ରାତି ସାଢେ ୨ଟାରୁ ମନ୍ଦିରଦାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମଇଲମଲାଗି, ମାଜଣା, ସିଙ୍ଗାର, ଅଭିଶେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହିଷମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୫.୧୫ରେ ସାହାଣ ମେଲା ହୋଇ ମା’ ତାରାତାରିଣୀ ମହିଷମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବାରେ ଲାଗିଛନ୍ତି । ଏହା ସହ ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।

ଜନଗହଳିପୂର୍ଣ ମା’ଙ୍କ ଏହି ଯାତ୍ରାରେ ଅବାଧ ଚୋରା ମଦ ବିକ୍ରି କାରବାର ବୃଦ୍ଧି ପାଇଥିଲେ ମଧ୍ୟ ଏଥିପ୍ରତି ଅବକାରୀ ବିଭାଗ ଗୁରୁତ୍ୱ ଦେଉ ନ ଥିବାରୁ ମଦ୍ୟପଙ୍କ ଦୌରାତ୍ମ୍ୟ ଯୋଗୁ ଭକ୍ତମାନେ ହଇରାଣ ହରକତ ହେବା ସହ ବିଭିନ୍ନ ସ୍ଥାନରେ ବିଶୃଙ୍ଖଳା ଘଟିଥିଲା।

ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ଆବଶ୍ୟକ ଟେଣ୍ଟ ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇ ନ ଥିବାରୁ ଲୋକେ ଡହଳବିକଳ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କିଲବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି, ପ୍ରଶାନିକ ଅଧିକାରୀ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri