ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ ଏବଂ ତାରାତାରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଛି ।

ଚତୁର୍ଥପାଳିରେ ରାତି ସାଢେ ୨ଟାରୁ ମନ୍ଦିରଦାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମଇଲମଲାଗି, ମାଜଣା, ସିଙ୍ଗାର, ଅଭିଶେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହିଷମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୫.୧୫ରେ ସାହାଣ ମେଲା ହୋଇ ମା’ ତାରାତାରିଣୀ ମହିଷମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବାରେ ଲାଗିଛନ୍ତି । ଏହା ସହ ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।

ଜନଗହଳିପୂର୍ଣ ମା’ଙ୍କ ଏହି ଯାତ୍ରାରେ ଅବାଧ ଚୋରା ମଦ ବିକ୍ରି କାରବାର ବୃଦ୍ଧି ପାଇଥିଲେ ମଧ୍ୟ ଏଥିପ୍ରତି ଅବକାରୀ ବିଭାଗ ଗୁରୁତ୍ୱ ଦେଉ ନ ଥିବାରୁ ମଦ୍ୟପଙ୍କ ଦୌରାତ୍ମ୍ୟ ଯୋଗୁ ଭକ୍ତମାନେ ହଇରାଣ ହରକତ ହେବା ସହ ବିଭିନ୍ନ ସ୍ଥାନରେ ବିଶୃଙ୍ଖଳା ଘଟିଥିଲା।

ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ଆବଶ୍ୟକ ଟେଣ୍ଟ ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇ ନ ଥିବାରୁ ଲୋକେ ଡହଳବିକଳ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କିଲବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି, ପ୍ରଶାନିକ ଅଧିକାରୀ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri