ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ ଅବସରରେ ଉଦ୍‌ଯାପିତ ହୋଇଛି। ମାସର ଏହି ଶେଷ ଦିନରେ ମା’ଙ୍କ ନିକଟରେ ଅଧରପଣା ଲାଗିହୋଇଛି। କ୍ଷୀର,ଘିଅ,ନବାତ ଭଳି ବିଭିନ୍ନ ପ୍ରକାର ସାମଗ୍ରୀରେ  ଏହିପଣା ପ୍ରସ୍ତୁତ କରାଯାଇ ମା’ଙ୍କ ନିକଟରେ ଲାଗି କରାଯିବା ପରେ ସେହି  ପଣା ହାଣ୍ଡିକୁ ବାହାରକୁ ନେଇ ଭାଙ୍ଗି ଦିଆଯାଇଥାଏ। ଏହି ଅଧରପଣା ନୀତି ଏଠାରେ ଏକ ସ୍ବତନ୍ତ୍ର ବିଶେଷତ୍ୱ ରହିଥିବା ନେଇ ସେବାୟତ ବାଜିରଣା କହିଛନ୍ତି।
ଯାହାକି ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ନେଇ ଫାଲଗୁନ ଦୋଳପୂର୍ଣ୍ଣିମାଠାରୁ ସମସ୍ତ ଦେବାଦେବୀଙ୍କୁ ଯାତ୍ରାକୁ ନିମନ୍ତ୍ରଣ କରାଯାଇଥାଏ  ଦେବାଦେବୀମାନେ ଆସି ମା’ ତାରାତାରିଣୀ ଅବସ୍ଥାନ କରିଥିବା ରତ୍ନଗିରିପାହାଡରେ ଦୀର୍ଘ ଏକମାସ ଧରି ରହି ଚାରିଗୋଟି ମଙ୍ଗଳବାରର ଯାତ୍ରା ସରିବାପରେ ପୂର୍ଣ୍ଣମତରେ ନିଜନିଜର ସ୍ଥାନକୁ  ଚାଲିଯାଇଥାନ୍ତି। ଏଣୁ ସେମାନେ ଫେରି ଯିବାବେଳେ ଏହି ଅଧରପଣା ଦିଆଯାଇଥାଏ। ଆଉ ଏହି ଅଧରପଣାକୁ ନେଇ  ସର୍ବଦେବାଦେବୀ ମାନେ ସନ୍ତୁଷ୍ଟ ହୋଇ ନିଜନିଜର ସ୍ଥାନକୁ ଫେରିଥାନ୍ତି ଏଣୁ ଚୈତ୍ରମାସର ଶେଷ ଦିନରେ ଏଭଳି ଅଧରପଣା ଦେବାନୀତିର ପରମ୍ପରା ରହିଛି। ଏହି ଅବସରରେ ଭୋର ୪.୩୦ରେ ମନ୍ଦିର ଦ୍ୱାର ଫିଟା ହୋଇ ମାଜଣା, ମଙ୍ଗଳ ଆଳତି, ସିଙ୍ଗାର, ଅବକାଶ ଆଦି ପରମ୍ପରା ଅନୁସାରେ ସମସ୍ତ  ରୀତିନୀତି କରାଯାଇ ପୂଜାର୍ଚ୍ଚନା ହୋଇଥିଲା।  ତାରା ତାରିଣୀ ଦୁଇ ଭଉଣୀଙ୍କୁ ସେବାୟତ ମାନେ ରାଜରାଜେଶ୍ବରୀ ବେଶରେ ସଜ୍ଜିତ କରିବା ପରେ ସକାଳ ୬.୪୫ରେ ସାହାଣ ମେଲା ହେବାସହ ୮.୩୦ରେ ଅଧରପଣା ନିତି ହୋଇଥିଲା। ଶେଷ ଦିନରେ ମା’ ତାରାତାରିଣୀ ରାଜରାଜେଶ୍ବରୀ ବେଶରେ  ଭକ୍ତଙ୍କୁ ଦର୍ଶନ ଦେବାରେ ଲାଗିଛନ୍ତି । ଏହାକୁ ଦେଖିବାସହ ମା’ଙ୍କ ଆଶୀର୍ବାଦ ଭିକ୍ଷାଲଗି ଭକ୍ତଙ୍କ ଭିଡ ଜମିଛି।

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri