ମେ’ ୧୫ରୁ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଲାଗି ପ୍ରସ୍ତାବ

ଛତ୍ରପୁର,୨୧ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ମେ’ ୧୫ରୁ ଆରମ୍ଭ ହୋଇ ୨୦ ତାରିଖରେ ଅନୁଷ୍ଠିତ ହେବ। ଏନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉକ୍ତ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ସେବାୟତମାନେ ମୁଖ୍ୟମନ୍ତ୍ରୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅନୁରୋଧ ସହ ପ୍ରସ୍ତାବ ଦେଇଥିଲେ।