ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଅନ୍ନଯଜ୍ଞ ଦାନ ସାମଗ୍ରୀ ହେରଫେର ଅଭିଯୋଗ

ପୁରୁଷୋତ୍ତମପୁର,୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ଲାଗି ଦାନ କରିଥିବା ଗ୍ରୋସେରୀ ସାମଗ୍ରୀରେ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ସ୍ଥାନୀୟ ଜନସାଧାରଣ ଦାୟିତ୍ୱରେ ଥିବା ପୁରୁଷୋତ୍ତମପୁର ବିଡିଓ ବିଜୟ କୁମାର ବେହେରାଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

ମେ ୨୦ରୁ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଶେଷ ହୋଇ ୨ମାସରୁ ଊର୍ଦ୍ଧ୍ୱ ଦିନ ବିତି ଯାଇଥିବା ବେଳେ ବଳକା ସାମଗ୍ରୀର ହିସାବ କେଉଁ ଉଦ୍ଦେଶ୍ୟରେ ଦିଆଯାଇ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାପରେ ବିଡିଓ ତରବରିଆ ଭାବେ ମଙ୍ଗଳବାର ୩ ଲକ୍ଷ ୩୦ହଜାର ୨୪୦ ଟଙ୍କା ମନ୍ଦିର ଅନ୍ନଯଜ୍ଞ ଆକାଉଣ୍ଟରେ ଜମା କରିଛନ୍ତି। ଏହାର ରସିଦକୁ ନେଇ ବିଡିଓ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ବିଡିଓଙ୍କ ଏହି ପୋଷ୍ଟକୁ ନେଇ ବିଭିନ୍ନ ବ୍ୟକ୍ତି ବିଭିନ୍ନ ପ୍ରକାର ସମାଲୋଚନା ଜନକ ମନ୍ତବ୍ୟ ଦେଇଛନ୍ତି। ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଶୁଭ୍ରାଂଶୁ ଶେଖର ସାବତ ପ୍ରତିକ୍ରିୟା ପ୍ରକାଶ କରି ସୋସିଆଲ ମିଡିଆରେ ବିଡିଓଙ୍କୁ ଜବାବ ମାଗିଛନ୍ତି। ଆଜି ପର୍ଯ୍ୟନ୍ତ କିପରି ଟଙ୍କା ଆଦାୟ ହୋଇପାରୁ ନ ଥିବା ବେଳେ ଘଟଣା ଭାଇରାଲ ହେବା ପରେ ଗୋଟିଏ ଦିନରେ କିଭଳି ଟଙ୍କା ବ୍ୟାଙ୍କରେ ଡିପୋଜିଟ କରାଗଲା। ବିଳମ୍ବରେ ଟଙ୍କା ବାନ୍ଧିବା ଯୋଗୁ ମା’ ତାରାତାରିଣୀଙ୍କ ଏହି ଟଙ୍କାର ଯେଉଁ ଇଣ୍ଟରେଷ୍ଟ ନଷ୍ଟ ହେଲା ତାହା ବିଡିଓ ବହନ କରିବେ କି’ ବୋଲି ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ବିଡିଓ ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ଆହୁରି ବଳକା ଟଙ୍କା ମିଳିନାହିଁ। ସବୁ ଟଙ୍କା ମିଳିବା ପରେ ଏକାଥରକେ ବ୍ୟାଙ୍କରେ ଡିପୋଜିଟ ପାଇଁ ରଖାଯାଇଥିଲା। କୋଣସି ପ୍ରକାରର ହେରଫେର ହୋଇ ନ ଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri