ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଅନ୍ନଯଜ୍ଞ ଦାନ ସାମଗ୍ରୀ ହେରଫେର ଅଭିଯୋଗ

ପୁରୁଷୋତ୍ତମପୁର,୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ଲାଗି ଦାନ କରିଥିବା ଗ୍ରୋସେରୀ ସାମଗ୍ରୀରେ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ସ୍ଥାନୀୟ ଜନସାଧାରଣ ଦାୟିତ୍ୱରେ ଥିବା ପୁରୁଷୋତ୍ତମପୁର ବିଡିଓ ବିଜୟ କୁମାର ବେହେରାଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

ମେ ୨୦ରୁ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଶେଷ ହୋଇ ୨ମାସରୁ ଊର୍ଦ୍ଧ୍ୱ ଦିନ ବିତି ଯାଇଥିବା ବେଳେ ବଳକା ସାମଗ୍ରୀର ହିସାବ କେଉଁ ଉଦ୍ଦେଶ୍ୟରେ ଦିଆଯାଇ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାପରେ ବିଡିଓ ତରବରିଆ ଭାବେ ମଙ୍ଗଳବାର ୩ ଲକ୍ଷ ୩୦ହଜାର ୨୪୦ ଟଙ୍କା ମନ୍ଦିର ଅନ୍ନଯଜ୍ଞ ଆକାଉଣ୍ଟରେ ଜମା କରିଛନ୍ତି। ଏହାର ରସିଦକୁ ନେଇ ବିଡିଓ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ବିଡିଓଙ୍କ ଏହି ପୋଷ୍ଟକୁ ନେଇ ବିଭିନ୍ନ ବ୍ୟକ୍ତି ବିଭିନ୍ନ ପ୍ରକାର ସମାଲୋଚନା ଜନକ ମନ୍ତବ୍ୟ ଦେଇଛନ୍ତି। ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଶୁଭ୍ରାଂଶୁ ଶେଖର ସାବତ ପ୍ରତିକ୍ରିୟା ପ୍ରକାଶ କରି ସୋସିଆଲ ମିଡିଆରେ ବିଡିଓଙ୍କୁ ଜବାବ ମାଗିଛନ୍ତି। ଆଜି ପର୍ଯ୍ୟନ୍ତ କିପରି ଟଙ୍କା ଆଦାୟ ହୋଇପାରୁ ନ ଥିବା ବେଳେ ଘଟଣା ଭାଇରାଲ ହେବା ପରେ ଗୋଟିଏ ଦିନରେ କିଭଳି ଟଙ୍କା ବ୍ୟାଙ୍କରେ ଡିପୋଜିଟ କରାଗଲା। ବିଳମ୍ବରେ ଟଙ୍କା ବାନ୍ଧିବା ଯୋଗୁ ମା’ ତାରାତାରିଣୀଙ୍କ ଏହି ଟଙ୍କାର ଯେଉଁ ଇଣ୍ଟରେଷ୍ଟ ନଷ୍ଟ ହେଲା ତାହା ବିଡିଓ ବହନ କରିବେ କି’ ବୋଲି ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ବିଡିଓ ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ଆହୁରି ବଳକା ଟଙ୍କା ମିଳିନାହିଁ। ସବୁ ଟଙ୍କା ମିଳିବା ପରେ ଏକାଥରକେ ବ୍ୟାଙ୍କରେ ଡିପୋଜିଟ ପାଇଁ ରଖାଯାଇଥିଲା। କୋଣସି ପ୍ରକାରର ହେରଫେର ହୋଇ ନ ଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri