କରୋନା କଟକଣା : ବିନା ଭକ୍ତରେ ମା’ ତାରାତାରିଣୀଙ୍କ ନବରାତ୍ର ପର୍ବ

ପୁରୁଷୋତ୍ତମପୁର,୧୭ା୧୦(ଡି.ଏନ୍‌.ଏ.): ଶାରଦୀୟ ପୂଜା ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ନବରାତ୍ର ପର୍ବ କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କରୋନା କଟକଣା ଯୋଗୁ ବିନା ଭକ୍ତରେ ପୂଜା ପାଇଛନ୍ତି ମା’। ଫଳରେ ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିନାହିଁ। ସେବାୟତମାନେ ମା’ ତାରା ତାରିଣୀ ଦୁଇ ଭଉଣୀଙ୍କୁ ଷୋଳପୁତ୍ରୀ ବେଶରେ ସଜ୍ଜିତ କରିଛନ୍ତି। ପରମ୍ପରା ଅନୁସାରେ ସମସ୍ତ ପ୍ରକାର ରୀତିନୀତି ଅନୁସାରେ ମଙ୍ଗଳ ଆଳତି, ଅବକାଶ, ସିଙ୍ଗାର, ମହା ଆଳତି, ଅଖଣ୍ଡ ଦୀପ ସ୍ଥାପନ ସହ ଶୋଡ଼ଶ ଉପଚାର ସାଙ୍ଗକୁ ସପ୍ତସତୀ ଚଣ୍ଡିପାଠ ଓ ପୂଜାର୍ଚ୍ଚନା ହୋଇଛି। ପବିତ୍ର ଗର୍ଭଣା ସଂକ୍ରାନ୍ତି ହେତୁ ମା’ଙ୍କ ବେଢ଼ାଲାଗି କରାଯାଇଛି। ମା’ ଙ୍କ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶଶର୍ମା ପୂଜାର୍ଚ୍ଚନା କରିଥିବା ବେଳେ କର୍ତ୍ତା ଭାବେ ସେବାୟତ ସଂଘ ସଭାପତି ତପନ କୁମାର ରଣା ରହିଛନ୍ତି। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣାଙ୍କ ସମେତ ଅନ୍ୟ ସେବାୟତମାନେ ପରିଚାଳନା କରିଛନ୍ତି। ସେହିପରି ଜଳେଶ୍ବର ଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣ କାଳୀଙ୍କ ପୀଠରେ ମଧ୍ୟ ନବରାତ୍ର ପର୍ବ ଆରମ୍ଭ ହୋଇଛି। ମା’ ଙ୍କ ମୁଖ୍ୟ ପରୋହିତ ସୁଧାଂଶୁ ଶେଖର ମିଶ୍ର ପୂଜାର୍ଚ୍ଚନା କରିଥିବା ବେଳେ ମନ୍ଦିର ଟ୍ରଷ୍ଟି ଶଶିଭୂଷଣ ପଣ୍ଡାଙ୍କ ତତ୍ତ୍ୱାବଧାନରେ ସମସ୍ତ ପୂଜକ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri