ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ସୃଙ୍ଗାର ଆଦି ପୂଜାର୍ଚ୍ଚନା କରାଯାଇଥିଲା। ପରେ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ମହାକାଳୀ ବେଶରେ ସଜ୍ଜିତ କରାଯାଇ ସକଳ ୬ ଟାରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ପରେ ସକାଳ ୪ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭକ୍ତମାନେ ନିଜ ନିଜର ଶିଶୁଙ୍କୁ ପ୍ରଚଣ୍ଡ ଖରାରେ ଘଣ୍ଟା ଘଣ୍ଟା ଧରି ଧାଡିବାନ୍ଧି ଛିଡ଼ାହୋଇ ରହିଥିବାର ଦେଖିବାକୁ ମିଳିଛି। ଏଥିସହ ପାହାଡ଼ ଉପରକୁ ଥିବା ରାସ୍ତାକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ଦେଖାଦେଇଛି । କେବଳ ସ୍ବତନ୍ତ୍ର ବସ୍‌ ମାଧ୍ୟମରେ ପାହାଡ ତଳୁ ଉପରକୁ ଯିବାର ବ୍ୟବସ୍ଥା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ ତଦାରଖ କରିଥିବା ବେଳେ ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡିଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣା, ତପନ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁଙ୍କ ନେତୃତ୍ୱରେ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲୀକଙ୍କ ସମେତ ପୋଲିସ ଫୋର୍ସ ମୁତୟନରହି ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri