ତାରାତାରିଣୀଙ୍କ ଚୈତ୍ର ଦିତୀୟପାଳି ମଙ୍ଗଳବାର: ମା’ଙ୍କ ଦର୍ଶନ କଲେ ୫ଟି ସଚିବ, କଟକଣା ସତ୍ତ୍ୱେ ମୁଣ୍ଡନ ହେଲେ ଶହ ଶହ ଶିଶୁ

ପୁରୁଷୋତ୍ତମପୁର, ୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଦ୍ୱିତୀୟ ପାଳି ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ହୋଇଛି। ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ଶୃଙ୍ଗାର ଆଦି ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ସକଳ ୩ ଟାରେ ସାହାଣ ମେଲା ହୋଇଥିଲା। ପ୍ରଥମେ ରାଜ୍ୟ ସରକାରଙ୍କ ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ ମା’ଙ୍କ ଦର୍ଶନ କରିଥିଲେ। ଏହି ସମୟରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ ପ୍ରମୁଖ ଉପସ୍ଥିତ ଥିଲେ। ସକଳ ୪ଟାରେ ମା’ ତାରାତାରିଣୀ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହି ପାଳିରେ ମୁଣ୍ଡନ ଉପରେ ଜିଲାପାଳ ରୋକ ଲଗାଇଥିଲେ। ମାତ୍ର ଏହି କଟକଣାକୁ ଖାତିର ନ କରି ଲୋକେ ପାହାଡ଼ ପାଦଦେଶରେ, ନଦୀ ତଟରେ, ଜଙ୍ଗଲ ମଧ୍ୟରେ ନିଜ ନିଜର ଶିଶୁଙ୍କୁ ମୁଣ୍ଡନ କରାଉଥିବାର ଦେଖିବାକୁ ମିଳିଛି। ଫଳରେ ଶହ ଶହ ଶିଶୁ ମୁଣ୍ଡନ ହୋଇଛନ୍ତି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁଙ୍କ ନେତୃତ୍ୱରେ ଥାନା ଅଧିକାରୀ ଜଗନ୍ନାଥ ମଲିକଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ଲାଗିଛନ୍ତି। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡିଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣା, ତପନ କୁମାର ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri