ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହୋଇ ଉଠିଛି । ମା’ଙ୍କ ଦର୍ଶନ କରିବା ନିମନ୍ତେ ମଧ୍ଯରାତ୍ରରୁ ପୀଠରେ ଭକ୍ତଙ୍କ ଭିଡ଼ ଲାଗିରହିଛି । ମା’ ତାରାତାରିଣୀ ଦୁଇ ଭଉଣୀ ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବାରେ ଲାଗିଛନ୍ତି ।

ରାତ୍ର ୧.୩୦ ରେ ମନ୍ଦିର ଦ୍ଵାର ଫିଟା ହୋଇ ମାଜଣା, ମଙ୍ଗଳ ଆଳତି, ସିଙ୍ଗାର, ଅବକାଶ ସହ ପଞ୍ଚଶୁତ୍ର ଅଭିଷେକ ଆଦି ପରମ୍ପରା ଅନୁସାରେ ସମସ୍ତ ରୀତିନୀତି ପୂଜାର୍ଚ୍ଚନା କରାଯାଇ ତାରାତାରିଣୀ ଦୁଇ ଭଉଣୀଙ୍କୁ ସେବାୟତ ମାନେ ମହାସରସ୍ବତୀ ବେଶରେ ସଜ୍ଜିତ କରାଇବା ପରେ ଭୋର ସକାଳ ୪.୩୦ରେ ସାହାଣମେଲା ହୋଇଥିଲା । ଏହାପରେ ସରସ୍ବତୀ ବେଶରେ ଦର୍ଶନ ଦେଉଛନ୍ତି ଦୁଇ ଭଉଣୀ । ରାତ୍ର ୩ଟାରୁ ମୁଣ୍ଡନ କାର୍ଯ୍ଯ ଜାରି ରହିଛି । ବହୁ ଦୂରଦୂରାନ୍ତରୁ ଭକ୍ତମାନେ ମା’ଙ୍କୁ ଦର୍ଶନ ଲାଗି ଛୁଟିଆସିଥିବା ବେଳେ ମାନସିକଧାରୀମାନେ ନିଜ ନିଜ ଶିଶୁଙ୍କର ମୁଣ୍ଡନ କରାଇ ମା’ଙ୍କ ଆଶିର୍ବାଦ ନେଉଛନ୍ତି ।
ସ୍ବତନ୍ତ୍ର ବସ, ରୋପୱେ ଓ ୯୯୯ ପାହାଛ ଚଢି ଭକ୍ତମାନେ ପାହାଡ ଉପରକୁ ଯାଇ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବାରେ ଲାଗିପଡିଛନ୍ତି । ଓଡିଶା ସରକାରଙ୍କ ଅତିରିକ୍ତ ମୂଖ୍ଯଶାସନ ସଚ୍ଚିବ ସତ୍ଯବ୍ରତ ସାହୁ ଆସି ମାଙ୍କ ଦର୍ଶନ କରିବା ସହ ଯାତ୍ରାର ତଦାରଖକରିଥିବା ବେଳେ ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତକୁମାର ପାତ୍ର, ଏନଏସି ନିର୍ବାହୀ ଅଧିକାରୀ ସଂଗିତା ସେଠୀ, ଏସଡିପିଓ ସୁଜିତକୁମାର ନାୟକ, ଆଇଆଇସି କୁଳମଣି ସେଠୀ ଉପସ୍ଥିତ ରହି ପରିଚାଳନା କରିବାରେ ଲାଗିଥିବା ବେଳେ ତହସିଲ କର୍ମଚାରୀ, ପୋଲିସଫୋର୍ସ ଓ ସ୍ବେଚ୍ଛାସେବୀମାନେ ସହଯୋଗ କରିବାରେ ଲାଗିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?