Posted inଖେଳ

ଟାର୍ଗେଟ ୧୧.୧୦ ସେକେଣ୍ଡ: ଦୂତୀ

ଭୁବନେଶ୍ୱର, ୧।୭: (କ୍ରୀଡ଼ା ପ୍ରତିନିଧି)- ସ୍ବ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଯାହା ଆଶା କରୁଥିଲେ ତାହା ହେଲା। ଯୋଗ୍ୟତା ଟାଇମିଂ ନ ହେଲେବି ବିଶ୍ୱ ର଼୍ୟାଙ୍କିଙ୍ଗ ଅନୁସାରେ ତାଙ୍କୁ ଟୋକିଓ ଅଲିମ୍ପିକ୍ସର ୧୦୦ ଓ ୨୦୦ ମିଟରରେ ଅଂଶଗ୍ରହଣ କରିବା ପାଇଁ ସୁଯୋଗ ମିଳିଛି। କ୍ରମାଗତ ଦ୍ୱିତୀୟ ଥରପାଇଁ ଅଲିମ୍ପିକ୍ସରେ ଭାଗ ନେବାକୁ ଯାଉଥିବାରୁ ଉଲ୍ଲସିତ ହୋଇ ପଡ଼ିଛନ୍ତି ଏହି ଓଡ଼ିଆ ଆଥଲେଟ୍‌। ଇଣ୍ଡିଆନ ଗାଁ ପ୍ରିର ୧୦୦ ମିଟରରେ ସେ ୧୧.୧୭ ସେକେଣ୍ଡ ସମୟ ନେଇ ଅଲିମ୍ପିକ୍ସ ଯୋଗ୍ୟତାଠାରୁ ମାତ୍ର ୨ ସେକେଣ୍ଡ ଦୂରରେ ରହି ଯାଇଥିଲେ। ମାତ୍ର ଅଲିମ୍ପିକ୍ସରେ ୧୧.୧୦ ସେକେଣ୍ଡ ତାଙ୍କର ଟାର୍ଗେଟ ରହିବ। ଏହା ହୋଇପାରିଲେ ସେ ଅତିକମ୍‌ରେ ସେମିଫାଇନାଲ ପର୍ଯ୍ୟନ୍ତ ଯାଇପାରିବେ। ଫଳରେ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ରହିବ ବୋଲି ସମ୍ପ୍ରତି ପଟିଆଲାରେ ଟ୍ରେନିଂ ଜାରି ରଖିଥିବା ଦୂତୀ ପ୍ରକାଶ କରିଛନ୍ତି। ଟୋକିଓରେ ଭଲ ଟ୍ରାକ୍‌ ମିଳିବ। ମୁଁ ସେତେବେଳକୁ ମାଂଶପେଶୀ ସମସ୍ୟାରୁ ମଧ୍ୟ ମୁକୁଳି ସାରିଥିବି। ତେଣୁ ନିଶ୍ଚିତ ଭଲ ପ୍ରଦର୍ଶନ ନେଇ ଆଶାବାଦୀ ଅଛି ବୋଲି ସେ କହିଛନ୍ତି। ଅଲିମ୍ପିକ୍ସରେ ୧୧ ସେକେଣ୍ଡରୁ କମ୍‌ ସମୟ ମଧ୍ୟରେ ରେସ୍‌ ଫିନିଶ୍‌ କରିବା ଦକ୍ଷତା ରଖିଥିବା ଆଥଲେଟ୍‌ ମଧ୍ୟ ରହିବେ। ତେଣୁ ତାଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା କଲେ ନିଶ୍ଚିତ ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ତାଙ୍କ ଅସୁବିଧା ସମୟରେ ସମର୍ଥନ ଯୋଗାଇ ଦେଇଥିବାରୁ ଦୂତୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ନିଜ ପରିବାର ବର୍ଗ ବିଶେଷ କରି ତାଙ୍କୁ ଟ୍ରାକ୍‌କୁ ଆଣିଥିବା ବଡ଼ ଭଉଣୀ ସରସ୍ବତୀ ଚାନ୍ଦ, ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ, ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ, କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ, ପୁଲେଲା ଗୋପିଚାନ୍ଦ, କୋଚ୍‌ ନାଗାପୁରୀ ରମେଶ, ଶିବପ୍ରସାଦ ମିଶ୍ର, ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ ପ୍ରମୁଖ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri