Posted inଖେଳ

ଟାର୍ଗେଟ୍‌ ୨୦୦: ଓ୍ବେଷ୍ଟଇଣ୍ଡିଜ ୩୫/୩

ସାଉଥାମ୍ପଟନ, ୧୨।୭- ସ୍ଥାନୀୟ ରୋଜ୍‌ ବାଓଲଠାରେ ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ସାମ୍ନାରେ ୨୦୦ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି ଇଂଲଣ୍ଡ। ଜବାବରେ ରବିବାର ମ୍ୟାଚ୍‌ର ଅନ୍ତିମ ତଥା ୫ମ ଦିବସ ମଧ୍ୟାହ୍ନ ସୁଦ୍ଧା ଓ୍ବେଷ୍ଟଇଣ୍ଡିଜ ୩ ଉଇକେଟ୍‌ ହରାଇ ୩୫ ରନ ସଂଗ୍ରହ କରିଛି। ହାତରେ ଆଉ ୭ ଉଇକେଟ୍‌ ବଳକା ରହିଥିବାବେଳେ ଓ୍ବେଷ୍ଟଇଣ୍ଡିଜକୁ ଜିତିବାକୁ ପାଇଁ ଆହୁରି ୧୬୫ ରନ ଆବଶ୍ୟକ ହେଉଛି। ଜେର୍ମିନ ବ୍ଲାକଉଡ୍‌ ୧ ଓ ରୋଷ୍ଟନ ଚେଜ୍‌ ୧୨ ରନ୍‌ କରି ଅପରାଜିତ ରହିଛନ୍ତି। ଓପନର୍‌ ଜନ୍‌ କ୍ୟାମ୍ପବେଲ୍‌ (୧) ରିଟାୟାର୍ଡ ହଟ୍‌ ହୋଇଥିବାବେଳେ କ୍ରେଗ୍‌ ବାର୍ଥଓ୍ବେଟ୍‌ (୪), ସାଇ ହୋପ୍‌ (୯) ଓ ସମର୍ଚ ବ୍ରୁକ୍ସ (୦) ନିରାଶ କରିଛନ୍ତି। ପୂର୍ବରୁ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୨୦୪ ରନ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୩୧୮ରେ ଅଲ୍‌ଆଉଟ୍‌ ହୋଇଥିଲା। ଜବାବରେ ୧୧୪ ରନ ପଛରେ ଥାଇ ୨ୟ ଇନିଂସ ଆରମ୍ଭ କରିଥିବା ଇଂଲଣ୍ଡ ୩୧୩ ରନ କରିବାକୁ ସମର୍ଥ ହୋଇଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ସାମ୍ନାରେ ୨୦୦ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri