ଜୁଲାଇ ୧୦ ସୁଦ୍ଧା ୧୨,୦୦୦ ପ୍ରକଳ୍ପ ଲକ୍ଷ୍ୟ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ‘ମୁକ୍ତା’ ଯୋଜନାରେ ରାଜ୍ୟର ସମସ୍ତ ୧୧୪ ସହରାଞ୍ଚଳରେ ବର୍ଷା ଜଳ ଅମଳ ବ୍ୟବସ୍ଥା (ଆର୍‌ଡବ୍ଲ୍ୟୁଏଚ୍‌ଏସ୍‌) ଲାଗି ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଅଭିଯାନ। ସହରାଞ୍ଚଳଗୁଡ଼ିକରେ ହ୍ରାସ ପାଉଥିବା ଜଳସ୍ତର ସମସ୍ୟାର ସମାଧାନ ଲାଗି ଅନୂ୍ୟନ ୫୦୦୦ ବର୍ଷା ଜଳ ସଂରକ୍ଷଣ ସଂରଚନା ନିର୍ମାଣ ଲକ୍ଷ୍ୟ ନେଇ ଗତ ଏପ୍ରିଲ ୧୫ରୁ ଏହି ଅଭିଯାନ ଆରମ୍ଭ ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ପ୍ରକଳ୍ପ ନିର୍ମାଣ ହୋଇଛି। ସହରାଞ୍ଚଳଗୁଡ଼ିକର ୧୯୯୦ ଓ୍ବାର୍ଡରେ ବର୍ଷା ଜଳ ଅମଳ ପ୍ରକଳ୍ପ ଯୋଜନା କରାଯାଇଛି। ଏଥିଲାଗି ୧୫,୦୦୦ ସାଇଟ୍‌ ଚୟନ କରାଯାଇଛି। ଏହି ସବୁ ପ୍ରକଳ୍ପରେ ୭୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବାବେଳେ ୧୪,୦୦୦ କାର୍ଯ୍ୟାଦେଶ ଜାରି କରାଯାଇଛି। ଅଦ୍ୟାବଧି ୧୦,୧୭୬ ଆର୍‌ଡବ୍ଲ୍ୟୁଏଚ୍‌ଏସ୍‌ ଶେଷ ହୋଇଛି। ଜୁଲାଇ ୧୦ ସୁଦ୍ଧା ୧୨,୦୦୦ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏସବୁ କାର୍ଯ୍ୟରେ ୭,୬୯୮ ଏମଏସ୍‌ଜି ଏବଂ ଏସ୍‌ଡିଏ ଗୋଷ୍ଠୀଙ୍କୁ ନିୟୋଜିତ କରାଯାଇଛି।
ଲକ୍ଷ୍ୟପୂରଣ ଲାଗି ବିଭାଗୀୟ ପ୍ରମୁଖ ସଚିବଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ଆଗେଇ ଚାଲିଛି। କ୍ଷେତ୍ରସ୍ତରରେ ସଫଳତା ପାଇଁ ଗୋଷ୍ଠୀ ପରିଚାଳନା ପଦ୍ଧତି ଗ୍ରହଣ କରାଯାଇଛି। ଏହି କାର୍ଯ୍ୟରେ ମିଶନ ଶକ୍ତି ଭଳି କମ୍ୟୁନିଟି ଆଧାରିତ ସଙ୍ଗଠନ (ସିବିଓ)ଗୁଡ଼ିକୁ ନିୟୋଜିତ କରିବା ଲାଗି ପ୍ରାଧାନ୍ୟ ଦିଆଯାଉଛି। ତେଣୁ ଏହି ଅଭିଯାନକୁ କ୍ଷେତ୍ରସ୍ତରରୁ ବିପୁଳ ସମର୍ଥନ ମିଳୁଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶର ପୂର୍ବ ଉପକୂଳରେ ଅବସ୍ଥିତ ଓଡ଼ିଶାରେ ବାର୍ଷିକ ହାରାହାରି ୧୨୦୦ ମିଲିମିଟରରୁ ୧୮୦୦ ମିଲିମିଟର ବର୍ଷା ହୋଇଥାଏ। ହେଲେ ବର୍ଷାଜଳର ସିଂହଭାଗ ସମୁଦ୍ରକୁ ଚାଲିଯାଉଛି। ତେଣୁ ବୋହିଯାଉଥିବା ଜଳକୁ ସଂରକ୍ଷଣ କରିବା ଲାଗି ବର୍ଷା ଜଳ ଅମଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଆର୍‌ଡବ୍ଲ୍ୟୁଏଚ୍‌ଏସ୍‌ର କାର୍ଯ୍ୟକାରିତାକୁ ସୁଗମ କରିବା ପାଇଁ ବରିଷ୍ଠ ଅଧିକାରୀ, ଯନ୍ତ୍ରୀ ଏବଂ ପରାମର୍ଶଦାତାଙ୍କୁ ନେଇ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। କାର୍ଯ୍ୟରେ ସ୍ବଚ୍ଛତା, ଉତ୍ତରଦାୟିତ୍ୱ, କାର୍ଯ୍ୟଦକ୍ଷତାରେ ଉନ୍ନତି, ଫଳଫଳ ନିରୂପଣ ଲାଗି ଅଡିଟ୍‌ ବ୍ୟବସ୍ଥା କରାଯାଇଛି। ଏହି ଅଭିଯାନ ଦ୍ୱାରା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ଦକ୍ଷତା ବୃଦ୍ଧି ହୋଇପାରିବ ବୋଲି ଆଶାବ୍ୟକ୍ତ କରାଯାଇଛି।
ଅଭିଯାନ ସମ୍ପର୍କରେ ସୂଚନାଦେଇ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ବିଭାଗ ପକ୍ଷରୁ ମାତ୍ର ୭୫ ଦିନରେ ରାଜ୍ୟର ୧୧୪ ପୌରାଞ୍ଚଳରେ ୧୦ ହଜାର ଆର୍‌ଡବ୍ଲ୍ୟୁଏଚ୍‌ଏସ୍‌ ପ୍ରତିଷ୍ଠା କରି ‘କ୍ୟାଚ୍‌ ଦି ରେନ୍‌’ ଅଭିଯାନରେ ଏକ ମାଇଲ୍‌ଖୁଣ୍ଟ ସ୍ଥାପନ କରାଯାଇପାରିଛି। ଏହି ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟର ପଶ୍ଚିମ, ଉତ୍ତର ଏବଂ ଦକ୍ଷିଣ ଭାଗରେ ଥିବା ପୌରାଞ୍ଚଳଗୁଡିକରେ ଆଉ ୧୦ ହଜାର ପ୍ରକଳ୍ପ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri