୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ। ସମ୍ମିଳନୀରେ ଖଣି ସମୃଦ୍ଧ ରାଜ୍ୟରେ ରହିଥିବା ସମ୍ଭାବନା ଉପରେ ବିଚାର କରାଯାଇଛି। ବିଶେଷକରି ଖଣି ଲିଜ୍‌, ପରିବେଶ ମଞ୍ଜୁରୀ ଏବଂ ନୂଆ ଖଣି ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଛି। ଏ ନେଇ କେନ୍ଦ୍ରମନ୍ତ୍ରୀ ସିଂ କହିଥିଲେ, ବିଭିନ୍ନ ରାଜ୍ୟରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ସମ୍ପର୍କିତ ଯୋଜନା, ଜମି ଅଧିଗ୍ରହଣ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ କରାଯିବା ସହ ଆଗାମୀ ୨୦୩୦ ମସିହା ମଧ୍ୟରେ ୩୦୦ ବିଲିଅନ ଟନ୍‌ ଇସ୍ପାତ ଉପତ୍ାଦନ ଲକ୍ଷ୍ୟ ସାଧନ ନିମନ୍ତେ ଉଦ୍ଦିଷ୍ଟ ପ୍ରସଙ୍ଗଗୁଡିକ ସମ୍ପର୍କରେ ଆଲୋଚନା ହୋଇଛି। ସମ୍ମିଳନୀରେ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ, ଓଡ଼ିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମଧ୍ୟପ୍ରଦେଶ ଶିଳ୍ପ ଓ ନିବେଶ ପ୍ରୋତ୍ସାହନ ମନ୍ତ୍ରୀ ରାଜବର୍ଦ୍ଧନ ସିଂ ପ୍ରମୁଖ ଉପସ୍ଥିତ ଥିଲେ। କୋଣାର୍କରେ ଏହି ସମ୍ମିଳନୀ ଆୟୋଜନ କରାଯାଇଥିବାରୁ ଓଡ଼ିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ କେନ୍ଦ୍ର ମନ୍ତ୍ରୀ ସିଂ ଧନ୍ୟବାଦ ଜଣାଇଥିଲେ। ଶନିବାର ଏହି ସମ୍ମିଳନୀ ପୁରୀ ମେ ଫେୟାରରେ ଉଦ୍‌ଯାପିତ ହେବ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସିଂଙ୍କ ସମେତ ଅନ୍ୟ ରାଜ୍ୟର ଶିଳ୍ପମନ୍ତ୍ରୀମାନେ ଶୁକ୍ରବାର ସକାଳ ୭ଟାରେ ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। ସୂର୍ଯ୍ୟମନ୍ଦିରରେ ହୋଇଥିବା ସୂକ୍ଷ୍ମ କାରୁକାର୍ଯ୍ୟକୁ ଉପଭୋଗ କରି କେନ୍ଦ୍ରମନ୍ତ୍ରୀ ଆତ୍ମବିମୋହିତ ହେବା ସହ ଉତ୍କଳୀୟ ଭାସ୍କର୍ଯ୍ୟ କଳାର ପ୍ରଶଂସାରେ ଶତମୁଖ ହୋଇଉଠିଥିଲେ। ମନ୍ଦିର ପରିସରରେ ସ୍ଥାନୀୟ ଗଣମାଧ୍ୟମଙ୍କୁ ସାକ୍ଷାତ କରି କେନ୍ଦ୍ରମନ୍ତ୍ରୀ କହିଥିଲେ, ସୂର୍ଯ୍ୟମନ୍ଦିରର ଅପରୂପ ନିର୍ମାଣଶୈଳୀ ଖୁବ ଆକର୍ଷଣୀୟ। ହେଲେ ଏହାର ଏବେ ସଂରକ୍ଷଣ ଜରୁରୀ ହୋଇପଡ଼ିଛି। ତ୍ରୟୋଦଶ ଶତାବ୍ଦୀର ମନ୍ଦିରରେ ବ୍ୟବହୃତ ବିଶାଳକାୟ ଆଇରନ ବିମ୍‌କୁ ଦେଖି ସେ ଆଶ୍ଚର୍ଯ୍ୟ ପ୍ରକାଶ କରିଥିଲେ। ଭଗ୍ନ ମନ୍ଦିରରୁ ଉଦ୍ଧାର କରାଯାଇ ମନ୍ଦିର ପରିସରରେ ବର୍ଷ ବର୍ଷ ଧରି ଖୋଲା ଆକାଶ ତଳେ ରଖାଯାଇଥିବା ଆଇରନ୍‌ ବିମରେ ଏଯାବତ୍‌ କଳଙ୍କି ଲାଗି ନ ଥିବା ଏବଂ ଶହ ଶହ ବର୍ଷ ପରେ ବି ଏହି ବିମ୍‌ଗୁଡିକର ଗୁଣବତ୍ତା ଅତୁଟ ଥିବା ଦେଖି ମନ୍ତ୍ରୀ କହିଥିଲେ, ଏହି ଆଇରନ ବିମ୍‌ଗୁଡିକର ନିର୍ମାଣ ଶୈଳୀ, ଏଥିରେ ବ୍ୟବହୃତ ଉପାଦାନ ଓ ଏହାର ବିଶେଷତ୍ୱ ସମ୍ପର୍କରେ ଗବେଷଣା କରିବାକୁ ଏଏସ୍‌ଆଇକୁ ସେ ପତ୍ର ଲେଖିବେ। ମନ୍ଦିରର ଉପଯୁକ୍ତ ସଂରକ୍ଷଣ ନିମନ୍ତେ ମଧ୍ୟ ସେ ଏଏସ୍‌ଆଇକୁ ଅବଗତ କରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri