Posted inଜାତୀୟ

କଶ୍ମୀରରେ ପୁଣି ଟାର୍ଗେଟ୍‌ କିଲିଂ: ୨ ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: କଶ୍ମୀରରେ ପୁଣି ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିଛନ୍ତି। ସୋମବାର ବିଳମ୍ବିତ ରାତି ପ୍ରାୟ ୧୨.୩୦ ସମୟରେ ଉତ୍ତରପ୍ରଦେଶର ଦୁଇଜଣ ଶ୍ରମିକଙ୍କୁ ଦକ୍ଷିଣ କଶ୍ମୀରର ଶୋପିୟାନରେ ହତ୍ୟା କରିଛନ୍ତି। ଉଭୟ ଶ୍ରମିକ କନୌଜ ଜିଲାର ମୁନିଶ ଅହମ୍ମଦ ଏବଂ ସାଗର ଅଲି ବୋଲି ଜଣାପଡିଛି। ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଛନ୍ତି।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଆତଙ୍କବାଦୀମାନେ ପ୍ରଥମେ ଘରେ ଶୋଇଥିବା ଶ୍ରମିକଙ୍କ ଉପରେ ଗ୍ରେନେଡ ଆକ୍ରମଣ କରିଥିଲେ। ଏହା ପରେ ତାଙ୍କୁ ଗୁଳି ଚଳାଇ ହତ୍ୟା କରାଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ପହଞ୍ଚିବା ମାତ୍ରେ ପୋଲିସ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା। ଶୋପିଆନ ଜିଲାରେ ଆତଙ୍କବାଦୀମାନେ ଗତ ୧୫ ଅକ୍ଟୋବରରେ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?