Posted inଜାତୀୟ

କଶ୍ମୀରରେ ପୁଣି ଟାର୍ଗେଟ୍‌ କିଲିଂ: ୨ ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: କଶ୍ମୀରରେ ପୁଣି ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିଛନ୍ତି। ସୋମବାର ବିଳମ୍ବିତ ରାତି ପ୍ରାୟ ୧୨.୩୦ ସମୟରେ ଉତ୍ତରପ୍ରଦେଶର ଦୁଇଜଣ ଶ୍ରମିକଙ୍କୁ ଦକ୍ଷିଣ କଶ୍ମୀରର ଶୋପିୟାନରେ ହତ୍ୟା କରିଛନ୍ତି। ଉଭୟ ଶ୍ରମିକ କନୌଜ ଜିଲାର ମୁନିଶ ଅହମ୍ମଦ ଏବଂ ସାଗର ଅଲି ବୋଲି ଜଣାପଡିଛି। ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଛନ୍ତି।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଆତଙ୍କବାଦୀମାନେ ପ୍ରଥମେ ଘରେ ଶୋଇଥିବା ଶ୍ରମିକଙ୍କ ଉପରେ ଗ୍ରେନେଡ ଆକ୍ରମଣ କରିଥିଲେ। ଏହା ପରେ ତାଙ୍କୁ ଗୁଳି ଚଳାଇ ହତ୍ୟା କରାଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ପହଞ୍ଚିବା ମାତ୍ରେ ପୋଲିସ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା। ଶୋପିଆନ ଜିଲାରେ ଆତଙ୍କବାଦୀମାନେ ଗତ ୧୫ ଅକ୍ଟୋବରରେ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri