Posted inଜାତୀୟ

ଟାର୍ଗେଟ୍‌ କିଲିଂ, ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ୫୭୦ ଅଟକ…

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରରେ ଅଳ୍ପସଂଖ୍ୟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ମାମଲା ସାମ୍ନାକୁ ଆସିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି। କେତେକ ପଥର ଫିଙ୍ଗୁଥିବା ଏବଂ ଭାରତ ବିରୋଧୀ କାର୍ଯ୍ୟରେ ସାମିଲଥିବା ଲୋକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଗୋଟିଏ ସପ୍ତାହରେ ୬ ଜଣ ସାଧାରଣ ନାଗରିକଙ୍କ ହତ୍ୟା ଘଟଣା ସାମ୍ନାକୁ ଆସିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଜୋରଦାର କରାଯାଇଛି।

ସମଗ୍ର କଶ୍ମୀରରେ ୫୭୦ ଜଣଙ୍କୁ ଅଟକ ରଖାଯାଇ ତଦନ୍ତ ଜାରି ରହିଛି। ଶ୍ରୀନଗରରେ ପ୍ରାୟ ୭୦ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ଉପରାଜ୍ୟପାଳ ମନୋଜ ସିହ୍ନା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ ପରେ ଦେଶର ସୁରକ୍ଷା ଏଜେନ୍ସିର ବରିଷ୍ଠ ବିଶେଷଜ୍ଞମାନଙ୍କୁ କାଶ୍ମୀରକୁ ପଠାଯାଇଛି।

ଆତଙ୍କବାଦୀଙ୍କ ବିରୋଧାରେ ବଡ ଧରଣର ଅପରେସନ ପାଇଁ ପ୍ରସ୍ତୁତି ଆରମ୍ଭ ହେବାର ଯୋଜନା ରହିଥିବା କୁହାଯାଉଛି। ନିରୀହ ସାଧାରଣ ନାଗରିକଙ୍କୁ ଟାର୍ଗେଟ୍‌ କିଲିଂ କରାଯାଉଥିବାରୁ ଆତଙ୍କବାଦୀଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ଚଳିତ ବର୍ଷ ଇତିମଧ୍ୟରେ ୨୫ ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରାଯାଇଛି। ସେଥିମଧ୍ୟରୁ ତିନି ଜଣ ବାହାର ଲୋକ, ଦୁଇଜଣ କାଶ୍ମୀର ପଣ୍ଡିତ ଏବଂ ୧୮ ଜଣ ମୁସଲମାନ ଥିଲେ।

ଶ୍ରୀନଗରରେ ସର୍ବାଧିକ ସଂଖ୍ୟକ ଆକ୍ରମଣ ହୋଇଛି। ଏଥିରେ ୧୦ଟି ଘଟଣା ଘଟିଛି। ଏହା ପରେ ପୁଲୱାମା ଏବଂ ଅନନ୍ତନାଗରେ ପ୍ରତ୍ୟେକରେ ଚାରିଟି ଘଟଣା ଘଟିଛି। ଇନପୁଟରୁ ଜଣାପଡିଛି ଯେ ସଂଖ୍ୟାଲଘୁ ସମ୍ପ୍ରଦାୟ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରାୟ ୫୦-୬୦ ଅଣ-ପ୍ରବାସୀ ଭାରତୀୟ କାଶ୍ମୀର ପଣ୍ଡିତ ପରିବାର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ କଶ୍ମୀରରୁ ଜମ୍ମୁକୁ ନିଜର ଭିଟାମାଟିକୁ ଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri