ଟାର୍ଗେଟରେ ମଦ ଦୋକାନ

ଭୁବନ, ୨୮।୫(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରାଜପଥରେ ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଥିବାବେଳେ ବାଇକ୍‌ ଆରୋହୀ ଛିନ୍‌ତାଇ ଗୋଷ୍ଠୀ ସହରବାସୀଙ୍କ ନିଦ ହଜାଇଛନ୍ତି। ପୂର୍ବରୁ ଛୋଟବଡ଼ ଆପରାଧିକ କାର୍ଯ୍ୟ ଘଟାଉଥିବା ଦୁର୍ବୃତ୍ତମାନେ ଏବେ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ ଉପରେ ପକାଇଛନ୍ତି ନଜର। ଗତ ଗୁରୁବାର ବିଳମ୍ବିତ ରାତିରେ ୨ନଂ. ଓ୍ବାର୍ଡ ଅନ୍ତର୍ଗତ ବେଠିଆପାଳରେ ଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନରେ କଳାକନା ବୁଲାଇଛନ୍ତି ଅସାମାଜିକ ଗୋଷ୍ଠୀ। ଗ୍ୟାସ୍‌ କଟର ସହାୟତାରେ ଦୋକାନ ଶଟର କାଟି ସେମାନେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ନେଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ମ୍ୟାନେଜର କ୍ଷେତ୍ରମୋହନ ପାତ୍ର ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ. ୨୧୪/୨୨ରେ ଏକ ମାମଲା ରୁଜୁ କରିଛି। ସ୍ଥାନୀୟ ପୋଲିସ ଢେଙ୍କାନାଳ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି।
ଉକ୍ତ ଠିପିବନ୍ଦ ମଦ ଦୋକାନରୁ ଲୁଟ୍‌ପାଟ୍‌ ପ୍ରଥମ ଘଟଣା ନୁହେଁ। ଏଥିପୂର୍ବରୁ ଉକ୍ତ ଦୋକାନରୁ ୨ ଥର ଅନୁରୂପ ଚୋରି ହୋଇଛି। ତେବେ ଗୁରୁବାର ରାତିରେ ଅଭିଯୁକ୍ତମାନେ ସବୁ ସୀମା ଟପିଯାଇଛନ୍ତି। ଦୋକାନରେ ଉନ୍ନତମାନର କବାଟ, ଶଟର ଥିବାବେଳେ ଏହାକୁ ଗ୍ୟାସ୍‌ କଟରରେ କଟାଯାଇଛି। ଧରାପଡ଼ିବା ଆଶଙ୍କାରେ ଅଭିଯୁକ୍ତମାନେ ସିସିଟିଭି ଏବଂ ହାର୍ଡଡିସ୍କ ଭାଙ୍ଗିଦେଇଛନ୍ତି। ଏହି ଘଟଣାରେ ପେସାଦାର ଅପରାଧୀଙ୍କ ହାତ ରହିଥିବା ସନ୍ଦେହ କରାଯାଉଛି। କେବଳ ଏତିକି ନୁହେଁ, ମଦ ଦୋକାନରେ ଥିବା ଅନ୍ୟ ଏକ ପାନ ଦୋକାନରୁ ମଧ୍ୟ ଦୁର୍ବୃତ୍ତମାନେ ଲୁଟ୍‌ପାଟ୍‌ କରିଛନ୍ତି।
ଏ ନେଇ ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ର କୁହନ୍ତି, ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ବିଭିନ୍ନ ଦିଗକୁ ଅନୁଧ୍ୟାନ କରି ତନାଘନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri