Posted inଖେଳ

ପଞ୍ଚାବ ଆଗରେ ୧୭୫ ରନ୍‌ର ଟାର୍ଗେଟ୍‌

ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୨୭ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଦଳର ଦୁଇ ଓପନର ଅଧିନାୟକ କୋହଲି ଏବଂ ଫାଫ ଡୁ ପ୍ଲେସିସଙ୍କ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ବଳରେ ବାଙ୍ଗାଲୋର ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୪ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୧୭୫ ରନ୍‌ର ଟାର୍ଗେଟ୍‌ ରଖିଛି ବାଙ୍ଗାଲୋର।

ଦଳର ଦୁଇ ଓପନର ବିରାଟ, ଡୁପ୍ଲେସିସ୍‌ଙ୍କ ବ୍ୟାଟିଂ କରିବାକୁ ଆସି ୧୩୭ ରନ୍‌ର ଦମ୍‌ଦାର ଷ୍ଟାଟ୍‌ ଦେଇଥିଲେ। ଅଧିନାୟକ ବିରାଟ ୪୭ ବଲ୍‌ରେ (୫ ଚୌକ୍କା ଏବଂ ୧ ଛକ୍କ) ୫୯ ରନ୍‌ କରିଥିଲେ। ସେହିପରି ଫାଫ ଡୁପ୍ଲେସିସ୍‌  ୫୬ ବଲ୍‌ରେ(୪ ଚୌକ୍କା ଏବଂ ୫ ଛକ୍କା) ୮୪ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଏକ ବିଶାଳ ସ୍କୋର ଆଡକୁ ଅର୍ଗସର ହେଉଥିବା ବାଙ୍ଗାଲୋର କିନ୍ତୁ ଶେଷ ୫ ଓଭରରେ ବ୍ୟାଟିଂ ବିଫଳ ହୋଇଥିଲା। ପଞ୍ଜାବର ମାପଚୁପ୍‌ ବୋଲିଂ ଯୋଗୁ ଗ୍ଲେନ୍‌ ମ୍ୟାକ୍ସୱେଲ ଖାତା ଖୋଳି ନ ପାରି ଆଉଟ୍‌ ହୋଇଥିବା ବେଳେ ଦୀନେଶ କାର୍ତ୍ତିକ ୭ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ସେହିପରି ମହିପାଲ ଲୋମୋର ୭ ରନ୍‌ କରିଥିବା ବେଳେ ଶାହାବାଜ ଅହମ୍ମଦ ୫ ରନ୍‌ କରି ନଟ୍‌ ଆଉଟ୍‌ ରହିଥିଲେ। ଫଳରେ ବାଙ୍ଗାଲୋର ୧୭୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ପଞ୍ଜାବର ହରପ୍ରୀତ ବ୍ରା ୨ ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂ ଏବଂ ନାଥାନ ଏଲିସ୍‌ ଗୋଟିଏ ଲେଖାଏ ଉଇକେଟ ନେଇଥିବା ସକ୍ଷମ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri