Posted inଖେଳ

ଗୁଜରାଟ ଆଗରେ ୧୭୯ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୩୧।୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ୍‌ ଷ୍ଟାଡିୟମରେ ଆଇପିଏଲ୍‌ର ୧୬ତମ ସଂସ୍କରଣର ଶୁକ୍ରବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ୍‌ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୮ ରନ୍‌ କରିଛି। ଫଳରେ ଗୁଜରାଟ ଆଗରେ ୧୭୯ ରନ୍‌ର ବିଜୟଲକ୍ଷ୍ୟ ରଖିଛି ଚେନ୍ନାଇ।

ଚେନ୍ନାଇର ଦୁଇ ଓପ୍‌ନର ଡେଭନ୍‌ କନ୍‌ଓ୍ବେ ଏବଂ ଋତୁରାଜ ଗାଏକ୍ୱାଡ୍‌ ବ୍ୟାଟିଂ କରିବାକୁ ଆସି ପ୍ରାରମ୍ଭିକ ଆରମ୍ଭ ଦେଇଥିଲେ। ହେଲେ ଦଳୀୟ ସ୍କୋର ୧୪ ରନ୍‌ରେ ଡେଭନ୍‌ କନ୍‌ଓ୍ବେ ୧ ରନ୍‌ କରି ଆଉଟ ହୋଇଯାଇଥିଲେ। ଋତୁରାଜ ଗାଏକ୍ୱାଡ୍‌ ଧୈର୍ଯ୍ୟର ସହ ବ୍ୟାଟିଂ କରି ୫୦ ବଲ୍‌ (୪ ଚଉକା ଏବଂ ୯ ଛକା)ରେ ୯୨ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଏପରି କି ମୋଇନ ଅଲୀ ୨୩ ରନ୍‌ କରିଥିବା ବେଳେ ବେନ୍‌ ଷ୍ଟୋକ୍ସ ୭ ରନ୍‌ କରି ଆଉଟ୍‌ ହୋଇଥିଲେ। ଅମ୍ବାତି ରାୟିଡୁ ୧୨ ରନ୍‌ କରିଥିବା ବେଳେ ଶେଷବେଳକୁ ଅଧିନାୟକ ମହେନ୍ଦ୍ର ସିଂ ଧୋନି ୭ ବଲ୍‌ରେ ୧ ଚଉକା ଏବଂ ୧ ଛକା ସହାୟତାରେ ୧୪ ରନ୍‌କରି ନଟ୍‌ଆଉଟ୍‌ ରହିଥିଲେ। ଫଳରେ ଚେନ୍ନାଇ ୧୭୮ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଗୁଜରାଟ ପକ୍ଷରୁ ମହମ୍ମଦ ଶାମି ୨ ଉଇକେଟ ନେଇଥିବା ବେଳେ ରଶିଦ୍‌ ଖାନ୍‌ ଏବଂ ଆଲଜାରି ଯୋଶେଫ୍‌ ୨ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri