Posted inଖେଳ

ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ ୬୨ତମ ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୮ ରନ୍‌ କରିଛି। ଫଳରେ ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ବିଜୟ ଟାର୍ଗେଟ ରହିଛି।

ଅଧିନାୟକ ଏଡେନ ମାରକ୍ରାମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ପ୍ରଥମେ ବ୍ୟାଟିଂ କରିଥିଲା। ଓପ୍‌ନର ଶୁବମନ ଗିଲ ଏବଂ ରିଦ୍ଧିମାନ ସାହା ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଥିଲା। ରିଦ୍ଧିମାନ ଖାତା ଖୋଲିବା ଆଗରୁ ଆଉଟ୍‌ ହୋଇଯାଇଥିଲେ। ହେଲେ ଦ୍ୱିତୀୟ ଉଇକେଟ ପାଇଁ ଶୁବମନ ଏବଂ ସାଇ ସୁଦର୍ଶନ ୧୪୭ ରନ୍‌ ଯୋଡ଼ିଥିଲେ। ସୁଦର୍ଶନ ୪୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସୁଦର୍ଶନଙ୍କ ଆଉଟ୍‌ ପରେ ଅନ୍ୟ ୪ ବ୍ୟାଟର ଦୁଇଅଙ୍କ ଛୁଇଁପାରି ନ ଥିଲେ। ଏପରିକି ୩ ବ୍ୟାଟର ଶୂନ୍‌ରେ ଆଉଟ ହୋଇଥିଲେ। ଶେଷ ବେଳକୁ ଗୁଜରାଟ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଶବମନଙ୍କ ଶତକ ବଳରେ ଗୁଜରାଟ ୧୮୮ ରନ୍‌ କରିବାରେ ସକ୍ଷମ ହୋଇଥିଲା। ହାଇଦ୍ରାବାଦର ଭୁବନେଶ୍ୱର କୁମାର ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ମାର୍କୋ ଜାନସେନ, ଫଜଲହକ ଫାରୁକ ଏବଂ ଟି. ନଟରାଜନ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?