Posted inଖେଳ

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୨୧୪ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଦିଲ୍ଲୀ।

ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବ୍ୟାଟିଂ କରିଥିଲା। ଦଳର ଦୁଇ ଓପନର ଡେଭିଡ୍‌ ଓ୍ବାର୍ନର ଏବଂ ପୃଥ୍ବୀ ସ ପ୍ରାରମ୍ଭିକ ଷ୍ଟାଟ ଦେଇଥିଲେ। ଦୁହେଁ ଦଳ ପାଇଁ ୯୪ ରନ୍‌ ଯୋଡି ଥିଲେ। ଡାଭିଡ୍‌ ଓ୍ବାନର ୩୧ ବଲ୍‌ରେ(୫ ଚୌକା ଏବଂ ୨ ଛକା) ୪୬ ରନ୍‌ କରିଥିବା ବେଳେ ପୃଥ୍ବୀ ସ ୩୮ ବଲ୍‌ରେ(୭ ଚୋକା ଏବଂ ୧ ଛକା) ୫୪ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଏପରିକି ରିଲି ରୋଷୋ ୩୭ ବଲ୍‌ରେ (୬ ଚୌକା ଏବଂ ୬ ଛକା ) ଧୂଆଁଧାର ୮୨ ରନ୍‌ କରିଥିଲେ। ଫିଲିପ୍‌ ସଲ୍ଟ ୧୪ ବଲ୍‌ରେ (୨ ଚୋକା ଏବଂ ୨ ଛକା) ୨୬ ରନ୍‌ର ମହତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଫଳରେ ଦିଲ୍ଲୀ ୨୧୩ ରନ୍‌ କରିବାରେ ସକ୍ଷମ ହୋଇଥିଲା। ପଞ୍ଜାବର ସାମ କୁରନ୍‌ ୨ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri