Posted inଖେଳ

ଟ୍ରଫି ହାତେଇବା ପାଇଁ ଚେନ୍ନାଇ ଆଗରେ ୨୧୫ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)-୨୦୨୩ର ଫାଇନାଲ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ ଟାଇଟନ୍ସ(ଜିଟି) ବ୍ୟାଟିଂ ଆରମ୍ଭ କରିଥିଲା। ବ୍ୟାଟର ସାଇ ସୁଦର୍ଶନଙ୍କ ଦମ୍‌ଦାର ୯୬ ରନ୍‌ ବଲରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୧୪ ରନ୍‌ କରିଛି। ଫଳରେ ଚେନ୍ନାଇ ଆଗରେ ୨୧୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଗୁଜରାଟ।

ଗୁଜରାଟର ଦୁଇ ଓପ୍‌ନର ରିଦ୍ଧିମାନ ସାହା ଏବଂ ଇନ୍‌ଫର୍ମ ଶୁବମନ ଗିଲ ବ୍ୟାଟିଂ କରିବାକୁ ଆସି ଦଳକୁ ଭଲ ଷ୍ଟାର୍ଟ ଦେଇଥିଲେ। ଶୁବମନ ୨୦ ବଲରେ ୩୯ ରନ୍‌ କରି ରବୀନ୍ଦ୍ର ଜାଡେଜାଙ୍କ ବଲରେ ଆଉଟ୍‌ ହୋଇଯାଇଥିଲେ। ଦଳ ୬୭ ରନ୍‌ରେ ପ୍ରଥମ ଉଇକେଟ ହରାଇଥିଲା। ପରେ ସାଇ ସୁଦର୍ଶନ ବ୍ୟାଟିଂ କରିବାକୁ ଆସି ଦଳକୁ ଆଗକୁ ନେଇଥିଲେ। ସେ ଧୈର୍ଯ୍ୟର ସହ ବ୍ୟାଟିଂକରି ୧୬ତମ ଓଭରରେ ଏକ ଚୌକା ମାରି ଅର୍ଦ୍ଧଶତକ ହାସଲ କରିଥିଲେ। ସୁଦର୍ଶନ ୪୭ ବଲ୍‌ରେ ବିସ୍ଫୋରକ ୯୬ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସେ ୮ ଚୌକା ଏବଂ ୬ ଛକା ମାରିଥିଲେ। ଏପରି କି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୧୨ ବଲ୍‌ରେ ୨ଟି ଛକା ମାରି ୨୧ ରନ୍‌ର ଇନିଂସ ଖେଳିଥିଲେ। ଫଳରେ ଗୁଜରାଟ ୨୧୪ ରନ୍‌ କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri