Posted inଖେଳ

ଜୁନିୟର ଆଥଲେଟ୍‌ଙ୍କ ପାଇଁ ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ ସ୍କିମ୍‌

ନୂଆଦିଲ୍ଲୀ, ୪।୭(ପି.ଟି.)-ଜୁନିୟର ଆଥଲେଟ୍‌ଙ୍କ ପାଇଁ ଦେଶରେ ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ ସ୍କିମ୍‌ (ଟପ୍ସ) ଆରମ୍ଭ ହେବ। ୨୦୨୮ ସୁଦ୍ଧା ଅଲିମ୍ପିକ୍‌ ଚାମ୍ପିୟନ ସୃଷ୍ଟି କରିବା ମୁଖ୍ୟ ଲକ୍ଷ୍ୟ। ‘ଫିଟ୍‌ ହେ ତୋ ହିଟ୍‌ ହେ ଫିଟ୍‌ ଇଣ୍ଡିଆ’ ଓ୍ବେବିନାର ଅବସରରେ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଏହା ଘୋଷଣା କରିଛନ୍ତି। ଏଥିରେ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖ୍ରିଆଲ, ଅଲିମ୍ପିକ୍‌ ମେଡାଲିଷ୍ଟ ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ ଏବଂ ଭାରତୀୟ ଫୁଟବଲ ଅଧିନାୟକ ସୁନୀଲ ଛେତ୍ରୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ”ଅଲିମ୍ପିକ୍ସରେ ପଦକ ସମସ୍ତ ଭାରତୀୟଙ୍କ ସ୍ବପ୍ନ। ଅଲିମ୍ପିକ୍ସ ସବୁଠାରୁ ବଡ଼ କ୍ରୀଡ଼ା। ଏହାର ପଦକ ତାଲିକାରେ ଭାରତ ବହୁ ପଛରେ ରହିବା ସମସ୍ତଙ୍କୁ ଆଘାତ ପହଞ୍ଚାଉଛି। ଆମେ ଲକ୍ଷ୍ୟ ସ୍ଥଳରେ ପହଞ୍ଚତ୍ବା ପାଇଁ କଠିନ ପରିଶ୍ରମ କରୁଛୁ। ଅଲିମ୍ପିକ୍ସରେ ପଦକ ଜିତିବା ସମ୍ଭାବନା ଥିବା ସିନିୟର ଆଥଲେଟ୍‌ଙ୍କୁ ଟପ୍ସ ସ୍କିମ୍‌ରେ ସାମିଲ କରାଯାଇଛି। ଏବେ ଜୁନିୟର ଆଥଲେଟ୍‌ଙ୍କ ପାଇଁ ଏହା ଖୁବ୍‌ ଶୀଘ୍ର ଆରମ୍ଭ ହେବ“ ବୋଲି ରିଜିଜୁ କହିଛନ୍ତି। ସରକାର ୧୦ରୁ ୧୨ ବର୍ଷର ପ୍ରତିଭାଙ୍କୁ ଅନ୍ବେଷଣ କରି ଏହି ସ୍କିମ୍‌ରେ ସାମିଲ କରିବେ। ଆମେ ସେମାନଙ୍କର ସବୁ ପ୍ରକାର ଯନତ୍ ନେଇ ୨୦୨୮ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ କରିବୁ ବୋଲି ସେ କହିଛନ୍ତି। ୨୦୨୮ ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ଟପ୍‌-୧୦ ଫିନିଶ୍‌ କରିବା ଭାରତର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri