ଭାରତ ମହାସାଗର ଉପରେ ଲକ୍ଷ୍ୟ, ଚାଇନା-ପାକିସ୍ତାନର ନୌଭ୍ୟାସ…

ବେଜିଂ,୧୧।୭ : ଭାରତ ମହାସାଗରରେ ଉନ୍ନତ ନୌସେନା ସହଯୋଗ ବୃଦ୍ଧି କରିବା ଲକ୍ଷ୍ୟ ନେଇ ଚାଇନା ଏବଂ ପାକିସ୍ତାନ ସାଂଘାଇ ଉପକୂଳରେ ସାଗର ଗାର୍ଡିଆନ-୨ ଅଭ୍ୟାସ ଆରମ୍ଭ କରିଛନ୍ତି। ସାମୁଦ୍ରିକ ସୁରକ୍ଷା ବିପଦର ମୁକାବିଲା ପାଇଁ ସେମାନଙ୍କର ନୂତନ ଉଚ୍ଚ-ବୈଷୟିକ ନୌସେନା ଜାହାଜ ଏବଂ ଯୁଦ୍ଧ ବିମାନକୁ ଏଥିରେ ନିୟୋଜିତ କରାଯାଇଛି।

ଚାଇନା ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ନୌସେନାର ମୁଖପାତ୍ର କ୍ୟାପଟେନ ଲିୟୁ ୱେଶଙ୍ଗ ଏକ ବିବୃତ୍ତିରେ କହିଛନ୍ତି ଯେ ଜୁଲାଇ ମଧ୍ୟଭାଗରେ ସାଂଘାଇର ସାମୁଦ୍ରିକ ତଥା ଏୟାରଫିଲ୍ଡରେ ଦୁଇଦେଶ ମଧ୍ୟରେ ନୌଭ୍ୟାସ ଆୟୋଜନ କରାଯାଇଛି। ତେବେ ଏହାକୁ ନେଇ ଭାରତର ଚିନ୍ତା ବଢ଼ିବାରେ ଲାଗିଛି।

ଉଭୟ ଦେଶର ନୌଭ୍ୟାସର ଦ୍ୱିତୀୟ ସଂସ୍କରଣ ପାଇଁ ଏକ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଲିୟୁ କହିଛନ୍ତି ଯେ ଏହି ନୌଭ୍ୟାସ ବାର୍ଷିକ କାର୍ଯ୍ୟସୂଚୀ ଅନୁଯାୟୀ ଏକ ସାଧାରଣ ବ୍ୟବସ୍ଥା ଏବଂ ଏହା କୌଣସି ତୃତୀୟ ପକ୍ଷଙ୍କ ଉଦ୍ଦେଶ୍ୟରେ ଉଦ୍ଦିଷ୍ଟ ନୁହେଁ। ଚାଇନାର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସ ଅନୁସାରେ ଏହି ଅଭ୍ୟାସ ପାଇଁ ଯୁଦ୍ଧପୋତ ଜିଆଙ୍ଗଟନ, ଯୁଦ୍ଧପୋତ ଶୁଓଝୋଓ, ଜାହାଜ କିୟାନଦାଓହୁ, ଏକ ବୁଡ଼ାଜାହାଜ, ଚେତାବନୀ ବିମାନ, ଦୁଇଟି ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ପଠାଯାଇଥିବାବେଳେ ପାକିସ୍ତାନ ନୌସେନାର ଜାହାଜ ତୈମୁର ଏହି ଅଭ୍ୟାସରେ ଯୋଗ ଦେଇଛି। ଚାଇନାର ପୂର୍ବ ନୌସେନା ଥିଏଟର କମାଣ୍ଡ ପକ୍ଷରୁ ଏହା ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri