ଟାର୍ଗେଟରେ ପ୍ରଦୀପ, ପାଠକ

ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍‌ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି। ଏହାର ତଦନ୍ତ ପାଇଁ ସୋମବାର ବ୍ରହ୍ମପୁରରେ କ୍ରାଇମ୍‌ବ୍ରାଞ୍ଚର ୨ଜଣିଆ ଟିମ୍‌ ପହଞ୍ଚିଛନ୍ତି। ଆକାଶ ନିଜକୁ ଟାଟା ମୋଟର୍ସ ଲିମିଟେଡ୍‌ ପୁଣେର ଏମ୍‌ଡି ବୋଲି ପରିଚୟ ଦେଇ ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳର ବହୁ ବେକାର ଯୁବତୀ ଯୁବକଙ୍କୁ ଚାକିରି ଦେବା ନଁାରେ କୋଟି କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏଥିରେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସମ୍ପୃକ୍ତି ସମ୍ପର୍କରେ ଖୋଳତାଡ଼ କରାଯାଉଛି। କାରଣ ବିଧାୟକ ପାଣିଗ୍ରାହୀଙ୍କ ଝିଅଙ୍କୁ ଆକାଶ ଆସନ୍ତା ୧୧ ତାରିଖରେ ବିବାହ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା।
କ୍ରାଇମ୍‌ବ୍ରାଞ୍ଚର ୨ଜଣିଆ ଟିମ୍‌ ସୋମବାର ବ୍ରହ୍ମପୁରରେ ତଦନ୍ତ ଆରମ୍ଭ କରି ଥିବା ଦକ୍ଷିଣାଞ୍ଚଳ ରେଞ୍ଜ୍‌ ଡିଆଇଜି ସତ୍ୟବ୍ରତ ଭୋଇ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ଟିମ୍‌ରେ ଜଣେ ଇନ୍ସପେକ୍ଟର ରହିଥିବା ଜଣାପଡ଼ିଛି। ଡିଆଇଜିଙ୍କ ଅଫିସ୍‌ରେ କେତେଜଣ ଅଧିକାରୀଙ୍କୁ ନେଇ ଗୋପନ ବୈଠକ କରାଯାଇଥିଲା। ଟାଟା ମୋଟର୍ସ ନଁାରେ ଚାକିରି ଦେବା ଘଟଣାର ବିଭିନ୍ନ ଦିଗକୁ ନେଇ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚଳାଇଛି। ଏ ସଂକ୍ରାନ୍ତୀୟ ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଉଥିବା ଜାଣିବାକୁ ମିଳିଛି। ଅଫିସର-ନେତା-ମାଫିଆ ମିଳିମିଶି କେମିତି ଠକେଇର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଥିଲେ, ତାହାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଆରମ୍ଭ କରିଛି।
ପ୍ରାଥମିକ ତଦନ୍ତରୁ ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନମଣ୍ଡଳୀ ରଙ୍ଗେଇଲୁଣ୍ଡା ବ୍ଲକ ବାଦପୁର ପଞ୍ଚାୟତର ୬୮ ଯୁବତୀଯୁବକ ଠକେଇର ଶିକାର ହୋଇଥିବା ଭିଜିଲାନ୍ସକୁ ପ୍ରମାଣ ମିଳିଛି। ବ୍ରହ୍ମପୁରରେ କୌଣସି ବ୍ୟାଙ୍କରେ ଅଭୟକାନ୍ତଙ୍କ ଟଙ୍କା ଜମା ଅଛି କି ନାହିଁ ସେ ନେଇ ମଧ୍ୟ ଟିମ୍‌ ଖୋଳତାଡ଼ କରିଛି। ସେହିପରି ବିଧାୟକ ପାଣିଗ୍ରାହୀଙ୍କ ୨ଜଣ ସହଯୋଗୀଙ୍କୁ ଡାକି କ୍ରାଇମବ୍ରାଞ୍ଚ ଜେରା କରିଛି। ପୋଲିସ ସେମାନଙ୍କୁ ତଦନ୍ତରେ ସହଯୋଗ କରିବ ବୋଲି ଡିଆଇଜି ଭୋଇ କହିଛନ୍ତି। ଅନ୍ୟପଟେ ଏନେଇ ଭାଜପା ପକ୍ଷରୁ ରବିବାର ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ ସ୍ମାରକପତ୍ର ଦିଆଯାଇଥିବା ବେଳେ ସୋମବାର କଂଗ୍ରେସ ପକ୍ଷରୁ ଗୋପାଳପୁର ଥାନାରେ ମଧ୍ୟ ଏକ ଦାବିପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri