ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ଉଦ୍ୟମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ ଅବସରରେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସି.ଏମ୍‌ କିଷାନ ଯୋଜନାରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୪୯,୪୮୨ ସଂଖ୍ୟକ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରକୁ ୨୦୨୫ ଖରିଫ ଫସଲ ଋ଼ତୁ ପାଇଁ ୧୦୨୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ସମୁଦାୟ ୫୧ ଲକ୍ଷ ଚାଷୀ ଏହି ସହାୟତା ରାଶି ପାଇଲେ। ଏଥିରେ ସହରାଞ୍ଚଳର ୨୫,୫୩୨ ଜଣ ଚାଷୀ ପ୍ରଥମ ଥର ପାଇଁ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଗୁଆ ସହାୟତା ପ୍ରଦାନ କରାଯାଉଥିବା ଯୋଗୁ ଏହି ରାଶି ରାଜ୍ୟର ଚାଷୀ ଭାଇମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ସ୍ବାଧୀନତା ସମୟରେ ଆମ ଦେଶର ପ୍ରାୟ ୩୩ କୋଟି ଜନତାଙ୍କୁ ଆମେ ଖାଦ୍ୟ ଦେବାରେ ଅସମର୍ଥ ଥିଲୁ। କିନ୍ତୁ ଆଜି ଆମ ଦେଶ ଖାଦ୍ୟ ଶସ୍ୟ ତଥା ଅନ୍ୟ ଖାଦ୍ୟ ପଦାର୍ଥ ଉତ୍ପାଦନରେ ସ୍ବାବଲମ୍ବୀ ହେବା ସହିତ କୃଷିଜାତ ସାମଗ୍ରୀ ରପ୍ତାନୀ ମଧ୍ୟ କରୁଛି। ବର୍ତ୍ତମାନ ଭାରତ କୃଷି ଏବଂ ଆନୁଷଙ୍ଗିକ କୃଷି ଉତ୍ପାଦ ରପ୍ତାନୀ କରିବାରେ ଏକ ପ୍ରମୁଖ ରାଷ୍ଟ୍ର। ୨୦୧୪ ପରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରଠୁ ଦେଶରେ କୃଷି ଓ କୃଷକ କଲ୍ୟାଣକୁ ଏକ ନୂତନ ଦଶା ଓ ଦିଶା ମିଳିଛି। ପ୍ରଧାନମନ୍ତ୍ରୀ କୃଷକ ସମ୍ମାନନିଧି, ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା, କୃଷି ଭିତ୍ତିଭୂମି ଆଦିର ବିକାଶ ପ୍ରଭୃତି କ୍ଷେତ୍ରରେ ଅଭୁତପୂର୍ବ ଅଗ୍ରଗତି ହୋଇଛି।

ସେ ପୁଣି କହିଥିଲେ, ଆମ ରାଜ୍ୟର ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଓ ଆନୁଷଙ୍ଗିକ କାର୍ଯ୍ୟ ଉପରେ ନିର୍ଭର କରିଥାନ୍ତି। ରାଜ୍ୟର ମୋଟ୍‌ ଅଭିବୃଦ୍ଧିର ୨୨ ପ୍ରତିଶତ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରୁ ଆସିଥାଏ। ଚାଷ ସହିତ ନିଜର ଅନୁଭୂତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଚାଷ କାର୍ଯ୍ୟ କଠିନ ପରିଶ୍ରମର କାର୍ଯ୍ୟ। ଶସ୍ୟ ନିଅଣ୍ଟିଆ ରାଜ୍ୟରୁ ଶସ୍ୟ ବଳକା ରାଜ୍ୟରେ ପରିଣତ କରିଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭଉଣୀଭାଇମାନଙ୍କ କଠିନ ପରିଶ୍ରମକୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଦେଇଥିଲେ। ଜଳବାୟୁ ଅନୁକୂଳ କୃଷି କାର୍ଯ୍ୟ ଆପଣାଇବା ପାଇଁ ସେ ଚାଷୀ ଭଉଣୀଭାଇମାନଙ୍କୁ ପରାମର୍ଶ ଦେଇଥିଲେ। ଆସନ୍ତା ୧୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ, ପବିତ୍ର ଅକ୍ଷୟ ତୃତୀୟରେ ଚାଷୀ ତା’ର ଚାଷ କାର୍ଯ୍ୟ ଆଗକୁ ନେଇଥାଏ। ଆମେ ଯାହା ଖାଉଛେ ତାକୁ ଜଣେ ଚାଷୀ ଉତ୍ପାଦନ କରିଥାଏ, ସେହି ଚାଷୀ ମାନଙ୍କ ସହିତ ଆମ ସରକାର ସବୁବେଳେ ଛିଡାହେବ। କୃଷି ଓ କୃଷକଙ୍କୁ ମାର୍କେଟ ଯୋଗାଇଦେବା ସହିତ ତାଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ ମୂଲ୍ୟଦେବା ପାଇଁ ଆମ ସରକାର ସର୍ବଦା କାମ କରୁଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ଏବଂ ରାଜ୍ୟର ଉନ୍ନତି ହେଲେ ଦେଶର ଉନ୍ନତି ହେବ। ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଆଗୁଆ ସହାୟତା ପ୍ରଦାନ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂହ, ଓୟୁଏଟିର କୂଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ।

କୃଷି ଓ କୃଷକ ସଶକ୍ତି କରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri