ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ଉଦ୍ୟମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ ଅବସରରେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସି.ଏମ୍‌ କିଷାନ ଯୋଜନାରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୪୯,୪୮୨ ସଂଖ୍ୟକ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରକୁ ୨୦୨୫ ଖରିଫ ଫସଲ ଋ଼ତୁ ପାଇଁ ୧୦୨୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ସମୁଦାୟ ୫୧ ଲକ୍ଷ ଚାଷୀ ଏହି ସହାୟତା ରାଶି ପାଇଲେ। ଏଥିରେ ସହରାଞ୍ଚଳର ୨୫,୫୩୨ ଜଣ ଚାଷୀ ପ୍ରଥମ ଥର ପାଇଁ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଗୁଆ ସହାୟତା ପ୍ରଦାନ କରାଯାଉଥିବା ଯୋଗୁ ଏହି ରାଶି ରାଜ୍ୟର ଚାଷୀ ଭାଇମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ସ୍ବାଧୀନତା ସମୟରେ ଆମ ଦେଶର ପ୍ରାୟ ୩୩ କୋଟି ଜନତାଙ୍କୁ ଆମେ ଖାଦ୍ୟ ଦେବାରେ ଅସମର୍ଥ ଥିଲୁ। କିନ୍ତୁ ଆଜି ଆମ ଦେଶ ଖାଦ୍ୟ ଶସ୍ୟ ତଥା ଅନ୍ୟ ଖାଦ୍ୟ ପଦାର୍ଥ ଉତ୍ପାଦନରେ ସ୍ବାବଲମ୍ବୀ ହେବା ସହିତ କୃଷିଜାତ ସାମଗ୍ରୀ ରପ୍ତାନୀ ମଧ୍ୟ କରୁଛି। ବର୍ତ୍ତମାନ ଭାରତ କୃଷି ଏବଂ ଆନୁଷଙ୍ଗିକ କୃଷି ଉତ୍ପାଦ ରପ୍ତାନୀ କରିବାରେ ଏକ ପ୍ରମୁଖ ରାଷ୍ଟ୍ର। ୨୦୧୪ ପରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରଠୁ ଦେଶରେ କୃଷି ଓ କୃଷକ କଲ୍ୟାଣକୁ ଏକ ନୂତନ ଦଶା ଓ ଦିଶା ମିଳିଛି। ପ୍ରଧାନମନ୍ତ୍ରୀ କୃଷକ ସମ୍ମାନନିଧି, ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା, କୃଷି ଭିତ୍ତିଭୂମି ଆଦିର ବିକାଶ ପ୍ରଭୃତି କ୍ଷେତ୍ରରେ ଅଭୁତପୂର୍ବ ଅଗ୍ରଗତି ହୋଇଛି।

ସେ ପୁଣି କହିଥିଲେ, ଆମ ରାଜ୍ୟର ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଓ ଆନୁଷଙ୍ଗିକ କାର୍ଯ୍ୟ ଉପରେ ନିର୍ଭର କରିଥାନ୍ତି। ରାଜ୍ୟର ମୋଟ୍‌ ଅଭିବୃଦ୍ଧିର ୨୨ ପ୍ରତିଶତ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରୁ ଆସିଥାଏ। ଚାଷ ସହିତ ନିଜର ଅନୁଭୂତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଚାଷ କାର୍ଯ୍ୟ କଠିନ ପରିଶ୍ରମର କାର୍ଯ୍ୟ। ଶସ୍ୟ ନିଅଣ୍ଟିଆ ରାଜ୍ୟରୁ ଶସ୍ୟ ବଳକା ରାଜ୍ୟରେ ପରିଣତ କରିଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭଉଣୀଭାଇମାନଙ୍କ କଠିନ ପରିଶ୍ରମକୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଦେଇଥିଲେ। ଜଳବାୟୁ ଅନୁକୂଳ କୃଷି କାର୍ଯ୍ୟ ଆପଣାଇବା ପାଇଁ ସେ ଚାଷୀ ଭଉଣୀଭାଇମାନଙ୍କୁ ପରାମର୍ଶ ଦେଇଥିଲେ। ଆସନ୍ତା ୧୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ, ପବିତ୍ର ଅକ୍ଷୟ ତୃତୀୟରେ ଚାଷୀ ତା’ର ଚାଷ କାର୍ଯ୍ୟ ଆଗକୁ ନେଇଥାଏ। ଆମେ ଯାହା ଖାଉଛେ ତାକୁ ଜଣେ ଚାଷୀ ଉତ୍ପାଦନ କରିଥାଏ, ସେହି ଚାଷୀ ମାନଙ୍କ ସହିତ ଆମ ସରକାର ସବୁବେଳେ ଛିଡାହେବ। କୃଷି ଓ କୃଷକଙ୍କୁ ମାର୍କେଟ ଯୋଗାଇଦେବା ସହିତ ତାଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ ମୂଲ୍ୟଦେବା ପାଇଁ ଆମ ସରକାର ସର୍ବଦା କାମ କରୁଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ଏବଂ ରାଜ୍ୟର ଉନ୍ନତି ହେଲେ ଦେଶର ଉନ୍ନତି ହେବ। ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଆଗୁଆ ସହାୟତା ପ୍ରଦାନ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂହ, ଓୟୁଏଟିର କୂଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ।

କୃଷି ଓ କୃଷକ ସଶକ୍ତି କରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri