‘ବର୍ଷକରେ ୮ଲକ୍ଷ ଶିଶୁଙ୍କୁ ଟିକା ଲକ୍ଷ୍ୟ’

ଝାରସୁଗୁଡ଼ା ଅଫିସ,୧।୭: ୫ବର୍ଷରୁ କମ୍‌ ବୟସର ଶିଶୁ, କମ୍‌ ରୋଗ ପ୍ରତିରୋଧକ ଶକ୍ତିଥିବା ଶିଶୁ, ଅପପୁଷ୍ଟିର ଶିକାର ହୋଇଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବା ଆଶଙ୍କା ରହିଥାଏ। ଏହି ରୋଗ ପ୍ରତିହତ କରିବା ପାଇଁ ସମସ୍ତ ଯୋଗ୍ୟ ଶିଶୁମାନଙ୍କୁ ପିସିଭି (ନିମୋକୋକାଲ କଞ୍ଜୁଗେଟ୍‌ ଟିକା) ଟିକାକରଣ ବୁଧବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ୟୁନିଟ-୪ ୟୁପିଏଚ୍‌ସିଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟିକାକରଣ କାର୍ଯ୍ୟକ୍ରମକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଭାରତ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପରାମର୍ଶଦାତା ପ୍ରଦୀପ ହାଲଦାର, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡ. ବିଜୟ କୁମାର ପାଣିଗ୍ରାହୀ, ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ଓ ନେଲସନ୍‌ ଉପସ୍ଥିତ ଥିଲେ।
ଝାରସୁଗୁଡା ମଙ୍ଗଳବଜାରସ୍ଥିତ ହସ୍ପିଟାଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଉଦ୍‌ଘାଟନ କରି କହିଥିଲେ, ପିସିଭି ଟିକାକରଣ ଅପପୁଷ୍ଟିର ଶିକାର ଓ ଦୁର୍ବଳ ଶିଶୁମାନଙ୍କୁ ନିମୋନିଆ ଭଳି ଫୁସ୍‌ଫୁସ୍‌ଜନିତ ସଂକ୍ରମଣରୁ ରକ୍ଷା କରିବ। ଟିକାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ରହିବ ନାହିଁ। ବର୍ଷକ ମଧ୍ୟରେ ରାଜ୍ୟର ୮ଲକ୍ଷ ଶିଶୁଙ୍କୁ ଏହି ଟିକା ଦିଆଯିବା ପାଇଁ ସରକାରଙ୍କ ଲକ୍ଷ୍ୟ ରହିଛି। ବର୍ତ୍ତମାନ ସୁଦ୍ଧା ୮୮ହଜାର ୪ଶହ ଟିକା ରାଜ୍ୟ ସରକାରଙ୍କ ନିକଟରେ ଗଚ୍ଛିତ ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସରୋଜ ସାମଲ, ଜିଲା ମୁଖ୍ୟ ଚିକିତ୍ସକ ଡା. ଲାଲମୋହନ ରାଉତରାୟ, ଏଡିପିଏଚ୍‌ଓ (ଏଫ୍‌ଡବ୍ଲ୍ୟୁ) ଡା. ସୁପ୍ରଭା ବାରିକ, ଡା. ଡୋଲାମଣି ପଟେଲ, ଡା. ବ୍ରଜକିଶୋର ଭୋଇ, ଡିପିଏମ୍‌ ବୁଲୁନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri