‘ବର୍ଷକରେ ୮ଲକ୍ଷ ଶିଶୁଙ୍କୁ ଟିକା ଲକ୍ଷ୍ୟ’

ଝାରସୁଗୁଡ଼ା ଅଫିସ,୧।୭: ୫ବର୍ଷରୁ କମ୍‌ ବୟସର ଶିଶୁ, କମ୍‌ ରୋଗ ପ୍ରତିରୋଧକ ଶକ୍ତିଥିବା ଶିଶୁ, ଅପପୁଷ୍ଟିର ଶିକାର ହୋଇଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବା ଆଶଙ୍କା ରହିଥାଏ। ଏହି ରୋଗ ପ୍ରତିହତ କରିବା ପାଇଁ ସମସ୍ତ ଯୋଗ୍ୟ ଶିଶୁମାନଙ୍କୁ ପିସିଭି (ନିମୋକୋକାଲ କଞ୍ଜୁଗେଟ୍‌ ଟିକା) ଟିକାକରଣ ବୁଧବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ୟୁନିଟ-୪ ୟୁପିଏଚ୍‌ସିଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟିକାକରଣ କାର୍ଯ୍ୟକ୍ରମକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଭାରତ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପରାମର୍ଶଦାତା ପ୍ରଦୀପ ହାଲଦାର, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡ. ବିଜୟ କୁମାର ପାଣିଗ୍ରାହୀ, ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ଓ ନେଲସନ୍‌ ଉପସ୍ଥିତ ଥିଲେ।
ଝାରସୁଗୁଡା ମଙ୍ଗଳବଜାରସ୍ଥିତ ହସ୍ପିଟାଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଉଦ୍‌ଘାଟନ କରି କହିଥିଲେ, ପିସିଭି ଟିକାକରଣ ଅପପୁଷ୍ଟିର ଶିକାର ଓ ଦୁର୍ବଳ ଶିଶୁମାନଙ୍କୁ ନିମୋନିଆ ଭଳି ଫୁସ୍‌ଫୁସ୍‌ଜନିତ ସଂକ୍ରମଣରୁ ରକ୍ଷା କରିବ। ଟିକାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ରହିବ ନାହିଁ। ବର୍ଷକ ମଧ୍ୟରେ ରାଜ୍ୟର ୮ଲକ୍ଷ ଶିଶୁଙ୍କୁ ଏହି ଟିକା ଦିଆଯିବା ପାଇଁ ସରକାରଙ୍କ ଲକ୍ଷ୍ୟ ରହିଛି। ବର୍ତ୍ତମାନ ସୁଦ୍ଧା ୮୮ହଜାର ୪ଶହ ଟିକା ରାଜ୍ୟ ସରକାରଙ୍କ ନିକଟରେ ଗଚ୍ଛିତ ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସରୋଜ ସାମଲ, ଜିଲା ମୁଖ୍ୟ ଚିକିତ୍ସକ ଡା. ଲାଲମୋହନ ରାଉତରାୟ, ଏଡିପିଏଚ୍‌ଓ (ଏଫ୍‌ଡବ୍ଲ୍ୟୁ) ଡା. ସୁପ୍ରଭା ବାରିକ, ଡା. ଡୋଲାମଣି ପଟେଲ, ଡା. ବ୍ରଜକିଶୋର ଭୋଇ, ଡିପିଏମ୍‌ ବୁଲୁନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?