Posted inଜାତୀୟ

ଟାର୍ଗେଟ କିଲିଂ ଘଟଣା: ବୈଠକରେ ଶାହା ନେଇପାରନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୬: ଜମ୍ମୁ-କଶ୍ମୀରରେ ଗତ କିଛି ଦିନରୁ ଲଗାତର ଭାବେ ଟାର୍ଗେଟ କିଲିଂ ଘଟଣା ଜାରି ରହିଛି। ଇତିମଧ୍ୟରେ ଦିଲ୍ଲୀରେ ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ଏନ୍‌ଏସ୍‌ଏ ଅଜିତ ଡୋଭାଲ, ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ, କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା, ରୋ’ ମୁଖ୍ୟ ସମଥ ଗୋଏଲ, ଡିଜି ସିଆରଏଫ୍‌ କୁଲଦୀପ ସିଂହ, ସୀମା ସୁରକ୍ଷା ବଳ ପଙ୍କଜ ସିଂହ ମୁଖ୍ୟ ଓ ଜମ୍ମୁ-କଶ୍ମୀର ଡିଜିପି ଦିଲବାଗ ସିଂହ ସମେତ ଅନ୍ୟ ମୁଖ୍ୟ ଅଧିକାରୀ ଉପସ୍ଥିତ ଥିଲେ। ସୂଚନା ମୁତାବକ, ଏହି ବୈଠକରେ ଅମିତ ଶାହା କହିଛନ୍ତି, କଶ୍ମୀର ହେଉ କିମ୍ବା କଶ୍ମୀର ବାହାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉ। ସ୍ଥାନୀୟ ସ୍ତରରେ ଗୁପ୍ତଚର ଏବଂ ସୁରକ୍ଷା ସୀମାକୁ ଆହୁରି ବୃଦ୍ଧି କରାଯିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କଶ୍ମୀରର ଏଭଳିି ଅଞ୍ଚଳକୁ ଚିହ୍ନଟ କରାଯାଉ ଯେଉଁଠାରେ ଘଟଣା ଘଟିବାର ସମ୍ଭାବନା ରହିଛି। ଆତଙ୍କବାଦ ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ କୌଣସି ମୂଲ୍ୟରେ ସେମାନଙ୍କୁ ନ ଛାଡ଼ିବା ପାଇଁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହି ପୁରା ଘଟଣାରେ ଆତଙ୍କବାଦ ବିରୋଧୀ ଗ୍ରୀଡ(ଆଣ୍ଟି ଟେରୋରିଜିମ୍‌ ଗ୍ରୀଡ୍‌) ସମ୍ପୂର୍ଣ୍ଣ ଆକ୍ଟିଭ୍‌ ରହିଛି ବୋଲି ଉକ୍ତ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?