ଓଡ଼ିଶାରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି, ଚନ୍ଦ୍ରଚୂଡଙ୍କ ଘରକୁ ଯିବାକୁ ନେଇ ଉଠାଇଲେ ପ୍ରଶ୍ନ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ତେବେ ଜନସଭାକୁ ସମ୍ବୋଧନ କରି ସେ କହିଛନ୍ତି, ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ, ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ସେ ବେଶ ଖୁସି। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି ଆଜି ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି।

ତେବେ ଉଦ୍‌ଘାଟନୀ ଉତ୍ସବରେ ମୋଦି ନାଁ ନନେଇ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗଣେଶ ଉତ୍ସବ ଆମ ଏକତାର ପ୍ରତୀକ। ମୁଁ ଗଣେଶ ପୂଜନରେ ସାମିଲ ହେବାରୁ କିଛି ଲୋକଙ୍କୁ ବାଧିଥିଲା। ସେମାନେ ମୋ ନାଁରେ ଅପପ୍ରଚାର ଆରମ୍ଭ କରିଦେଲେ। ତେବେ ସେମାନେ ଗଣପତିଙ୍କୁ କେତେ ସମ୍ମାନ ଦିଅନ୍ତି ସବୁ ଜାଣିଛନ୍ତି। ଗଣେଶ ପୂଜାରେ କର୍ନାଟକରେ ସେମାନେ ସବୁ ସୀମା ଟପିଗଲେ। କିଛି କ୍ଷମତାଲିପ୍ସୁ ଲୋକ ବିଭାଜନ ସୃଷ୍ଟି କରୁଛନ୍ତି। ସେଭଳି ଘୃଣା ସୃଷ୍ଟିକାରୀଙ୍କୁ ଆଗକୁ ବଢ଼ିବାକୁ ଦେବାନି ବୋଲି ମୋଦି କହିଛନ୍ତି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସେ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri