ଓଡ଼ିଶାରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି, ଚନ୍ଦ୍ରଚୂଡଙ୍କ ଘରକୁ ଯିବାକୁ ନେଇ ଉଠାଇଲେ ପ୍ରଶ୍ନ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ତେବେ ଜନସଭାକୁ ସମ୍ବୋଧନ କରି ସେ କହିଛନ୍ତି, ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ, ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ସେ ବେଶ ଖୁସି। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି ଆଜି ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି।

ତେବେ ଉଦ୍‌ଘାଟନୀ ଉତ୍ସବରେ ମୋଦି ନାଁ ନନେଇ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗଣେଶ ଉତ୍ସବ ଆମ ଏକତାର ପ୍ରତୀକ। ମୁଁ ଗଣେଶ ପୂଜନରେ ସାମିଲ ହେବାରୁ କିଛି ଲୋକଙ୍କୁ ବାଧିଥିଲା। ସେମାନେ ମୋ ନାଁରେ ଅପପ୍ରଚାର ଆରମ୍ଭ କରିଦେଲେ। ତେବେ ସେମାନେ ଗଣପତିଙ୍କୁ କେତେ ସମ୍ମାନ ଦିଅନ୍ତି ସବୁ ଜାଣିଛନ୍ତି। ଗଣେଶ ପୂଜାରେ କର୍ନାଟକରେ ସେମାନେ ସବୁ ସୀମା ଟପିଗଲେ। କିଛି କ୍ଷମତାଲିପ୍ସୁ ଲୋକ ବିଭାଜନ ସୃଷ୍ଟି କରୁଛନ୍ତି। ସେଭଳି ଘୃଣା ସୃଷ୍ଟିକାରୀଙ୍କୁ ଆଗକୁ ବଢ଼ିବାକୁ ଦେବାନି ବୋଲି ମୋଦି କହିଛନ୍ତି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସେ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri