ପାକିସ୍ତାନ ସରକାରଙ୍କ ବିରୋଧରେ ଇମ୍ରାନଙ୍କ ସାଂଘାତିକ ଅଭିଯୋଗ, କହିଲେ ପୋଲିସ ଗୁଳିରେ ଯାଇଛି ୨୫ଜୀବନ

ଇସଲାମବାଦ,୨୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ଶାହାବାଜ ସରକାରଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଇମ୍ରାନଙ୍କ ଘର ଚାରିପାଖେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ତେବେ ଏହି ସମୟରେ ଇମ୍ରାନ ଖାନ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଟ୍ବିଟ୍‌ କରି କହିଛନ୍ତି, ‘ପୋଲିସର ଗୁଳିମାଡରେ ଅତି କମ୍‌ରେ ୨୫ଜଣ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ଶହ ଶହ ଲୋକ ଗୁରୁତର ଆହତ ହୋଇଛନ୍ତି। ସରକାର ଏହାର ଯାଞ୍ଚ କରିବା ଉଚିତ୍‌’।

ଇମ୍ରାନ କହିଛନ୍ତି, ‘ଫ୍ରାନ୍ସରେ ବିକ୍ଷୋଭକାରୀମାନେ ପୋଲିସ ଉପରକୁ ପେଟ୍ରୋଲ ବୋମା ଫିଙ୍ଗିଥିଲେ ମଧ୍ୟ ପୋଲିସ ଥରେ ମଧ୍ୟ ଗୁଳି ଚଳାଇ ନ ଥିଲା। ତେବେ ପାକିସ୍ତାନରେ ପୋଲିସର କାର୍ଯ୍ୟାନୁଷ୍ଠାନ ଯୋଗୁ ଏପର୍ଯ୍ୟନ୍ତ ୬୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ମୃତାହତ ଏବଂ ଆହତଙ୍କ ସଂଖ୍ୟା ଯାଞ୍ଚ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ବତନ୍ତ୍ର କମିଟି ଗଠନ କରାଯାଇ ନାହିଁ।

ସୂଚନାଯୋଗ୍ୟ, ପାକିସ୍ଥାନ ସେନାର ଅଭିଯୋଗ ଅନୁସାରେ ଇମ୍ରାନଙ୍କ ଘରେ ୩୦ରୁ ୪୦ ଆତଙ୍କବାଦୀ ଲୁଚି ରହିଛନ୍ତି। ଏନେଇ ଆତଙ୍କବାଦୀଙ୍କୁ ୨୪ଘଣ୍ଟା ମଧ୍ୟରେ ଆତ୍ମ ସମର୍ପଣ କରିବାକୁ ପଞ୍ଜାବ ପୋଲିସ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri